କନ୍ଧମାଳରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଡ଼ଃ ସୁବାସ ସରକାର: ବିଭିନ୍ନ ଉନ୍ନୟନ୍ନ ମୂଳକ କାର୍ଯ୍ୟ ସଂପର୍କରେ ଆଲୋଚନା

ଓଡ଼ିଆ ବାର୍ତ୍ତା/ କନ୍ଧମାଳ (ସଞ୍ଜୟ କୁମାର ପାଣିଗ୍ରାହୀ): କେନ୍ଦ୍ର ଶିକ୍ଷାମନ୍ତ୍ରୀ ଡ଼ଃ. ସୁବାସ ସରକାର, ଦିନିକିଆ କନ୍ଧମାଳ ଗସ୍ତରେ ଆସିଛନ୍ତି । କେନ୍ଦ୍ରମନ୍ତ୍ରୀ ସରକାର ପଶ୍ଚିମବଙ୍ଗରୁ ଟ୍ରେନ ଯୋଗେ ଭୁବନେଶ୍ୱର ଆସି ସେଠାରୁ କାର ଯୋଗେ ସିଧାସଳଖ କନ୍ଧମାଳ ଜିଲା ଗସ୍ତରେ ଆସି ଦିନ ଦଶଟା ସମୟରେ ସର୍କିଟ ହାଉସ ଠାରେ ପହଞ୍ଚିଥିଲେ । ସେଠାରେ ବିଜେପି ଓ ଜିଲା ପ୍ରଶାସନ ପକ୍ଷରୁ ଉଚ୍ଛସ୍ଵୀତ ସମ୍ବର୍ଦ୍ଧନା ଜ୍ଞାପନ କରାଯାଇଥିଲା l ବିଜେପି ପକ୍ଷରୁ ବିଜେପି ନେତା ଭଗବାନ ମହାନ୍ତି, ଅଜିତ ପଟ୍ଟନାୟକ, ପୌରାଧ୍ଯକ୍ଷା ସ୍ମିତା ମହାନ୍ତି, କାଉନସିଲର ରମେଶ ମହାନ୍ତି, ନଗର ସଭାପତି ସୁଶାନ୍ତ ମହାନ୍ତି ପ୍ରମୁଖ ଫୁଲ ତୋଡ଼ା ଦେଇ ସ୍ଵାଗତ ସମ୍ବର୍ଦ୍ଧନା ଜଣାଇଥିଲେ । ପ୍ରଶାସନ ପକ୍ଷରୁ ଅତିରିକ୍ତ ଜିଲ୍ଲାପାଳ ବସନ୍ତ କୁମାର ସାହୁଙ୍କ ସମେତ ଜିଲ୍ଲା ଶିକ୍ଷା ଅଧିକାରୀ ଓ ବରିଷ୍ଠ ଅଧିକାରୀ ମାନେ ଉପସ୍ଥିତ ରହି ସ୍ଵାଗତ ଜଣାଇଥିଲେ l ପରେ ଜିଲ୍ଲା ପ୍ରଶାସନର ସମ୍ମିଳନୀ କକ୍ଷ ଠାରେ ବରିଷ୍ଠ ଅଧିକାରୀ ମାନଙ୍କ ସହ ଜିଲ୍ଲାରେ ଚାଲିଥିବା ବିଭିନ୍ନ ଉନ୍ନୟନ୍ନ ମୂଳକ ଯୋଜନା ସଂପର୍କୀତ କାର୍ଯ୍ୟକ୍ରମର ସମୀକ୍ଷା କରିଥିଲେ ।

Omkar Vasthu
Omkar Vasthu

Pearl dental clinic
Near Ashish Medical Store, Bhawanipatna

Udyog Nursery
Udyogi Nursery
Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.