କେସିଙ୍ଗା ଏନ୍ଏସିରେ ପ୍ରଧାନମନ୍ତ୍ରୀ ଆବାସ ଗୃହ କାର୍ଯ୍ୟାଦେଶ ବଣ୍ଟନ

ଓଡ଼ିଆ ବାର୍ତ୍ତା/ କଳାହାଣ୍ଡି (ଗଜିନ୍ଦ୍ର ସାହୁ): କଳାହାଣ୍ଡି ଜିଲ୍ଲା କେସିଙ୍ଗା ଏନ୍ଏସି କାର୍ଯ୍ୟାଳୟ ପରିସରରେ ସହରର ୧୧୭ ଜଣ ଯୋଗ୍ୟ ହିତାଧିକାରୀଙ୍କୁ ୨୦୨୧/୨୨ ଆର୍ଥିକ ବର୍ଷର ପ୍ରଧାନମନ୍ତ୍ରୀ ଆବାସ ଗୃହ ନିର୍ମାଣ ପାଇଁ କାର୍ଯ୍ୟାଦେଶ ପ୍ରଦାନ କରାଯାଇଛି । କେସିଙ୍ଗା ଏନ୍ଏସି ନିର୍ବାହୀ ଅଧିକାରୀ ସୁଶ୍ରୀ କିରଣ ବେହେରାଙ୍କ ପରିଚାଳନାରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବରେ ଏନ୍ଏସି ଅଧ୍ୟକ୍ଷ ନୃପରାଜ ଯାଦବ ଓ ସମ୍ମାନୀତ ଅତିଥି ଭାବେ ଉପାଧ୍ୟକ୍ଷା ସରସ୍ବତୀ ସାହା ଯୋଗଦାନ କରି ହିତାଧିକାରୀ ମାନଙ୍କୁ କାର୍ଯ୍ୟାଦେଶ ପ୍ରଦାନ କରିଥିଲେ । ଏଥିରେ ସମସ୍ତ କାଉନସିଲର ଉପସ୍ଥିତ ଥିଲେ । ଏନ୍ଏସି କର୍ମଚାରୀ ମୋହନ ସାହୁ, ଶୀଶିର ବିଶି ପ୍ରମୁଖ ଉପସ୍ଥିତ ରହି କାର୍ଯ୍ୟାଦେଶ ବଣ୍ଟନ କାର୍ଯ୍ୟକ୍ରମରେ ସହଯୋଗ କରିଥିଲେ । ସୂଚନାଯୋଗ୍ୟ ଯେ, କେସିଙ୍ଗା ଏନ୍ଏସିରେ ଗତ ୨୦୧୭ ସେପ୍ଟେମ୍ବରରୁ ଆରମ୍ଭ ହୋଇଥିବା ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ବର୍ତ୍ତମାନ ସୁଦ୍ଧା ୧୧୪୧ ଜଣଙ୍କୁ ଗୃହ ନିର୍ମାଣ ପାଇଁ କାର୍ଯ୍ୟାଦେଶ ପ୍ରଦାନ କରାଯାଇଥିବା ବେଳେ ସେଥି ମଧ୍ୟରୁ ୫୬୨ ଜଣ ହିତାଧିକାରୀଙ୍କ ଘର ସଂପୂର୍ଣ୍ଣ ହୋଇଥିବା ଜଣାପଡିଛି ।

Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.