କେସିଙ୍ଗା ଏନ୍ଏସିର ପୂର୍ବତନ ଅଧ୍ୟକ୍ଷ ରମାକାନ୍ତ ଗଉଡ଼ଙ୍କ ଦେହାନ୍ତ

ଓଡ଼ିଆ ବାର୍ତ୍ତା/ କେସିଙ୍ଗା (ମଧୁସୂଦନ ଠାକୁର): କେସିଙ୍ଗା ଏନ୍ଏସିର ପୂର୍ବତନ ଅଧ୍ୟକ୍ଷ ରମାକାନ୍ତ ଗଉଡ଼ଙ୍କ ପରଲୋକ ହୋଇଯାଇଛି । ସେ କିଛିଦିନ ଧରି ଅସୁସ୍ଥ ଥିବାରୁ ତାଙ୍କୁ ବିଶାଖାପାଟଣାର ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ସେଠାରୁ ଆଜି ଘରକୁ ଆଣିବାପରେ କେସିଙ୍ଗା ସ୍ଥିତ ବାସଭବନରେ ସେ ଶେଷ ନିଃଶ୍ୱାସ ତ୍ୟାଗ କରିଥିଲେ। ଆସନ୍ତାକାଲି (ମଙ୍ଗଳବାର) ସକାଳୁ କେସିଙ୍ଗା ଠାରେ ତାଙ୍କର ଶେଷକୃତ୍ୟ ସମ୍ପନ୍ନ କରାଯିବ ବୋଲି ଜଣାପଡିଛି । କେସିଙ୍ଗା ଏନ୍ଏସି ଅଧ୍ୟକ୍ଷ ଭାବରେ ସେ ଅନେକ ଜନ ହିତକର କାର୍ଯ୍ୟ କରି ଲୋକଙ୍କ ପ୍ରିୟପାତ୍ର ହୋଇ ପାରିଥିଲେ । ରମାକାନ୍ତ ଗଉଡ଼ଙ୍କ ବିୟୋଗରେ କେସିଙ୍ଗା ଏନଏସି ଅଧ୍ୟକ୍ଷ ନୃପରାଜ ଯାଦବ, କଳାହାଣ୍ଡି ଜିଲ୍ଲା ଯୁବ ଯାଦବ ମହାସଭା ସଭାପତି ତଥା କଳାହାଣ୍ଡି ସାଂସଦଙ୍କ ପ୍ରତିନିଧି ଗୋବିନ୍ଦ ବନଛୋର ଏବଂ ଅନେକ ବିଶିଷ୍ଟ ବ୍ୟକ୍ତି ଶୋକ ପ୍ରକାଶ କରିଛନ୍ତି ।

Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.