ଓଡ଼ିଆ ବାର୍ତ୍ତା/ କଳାହାଣ୍ଡି (ଲିଙ୍ଗରାଜ ମିଶ୍ର): ନର୍ଲା ବ୍ଲକ ବଲବସପୁର କ୍ଲଷ୍ଟର ଅନ୍ତର୍ଗତ ରୁପ୍ରାରୋଡ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଭାରପ୍ରାପ୍ତ ପ୍ରଧାନ ଶିକ୍ଷକ ପ୍ରସନ୍ନ କୁମାର ଭୋଇଙ୍କୁ ବିଦାୟ କାଳୀନ ସମ୍ବର୍ଦ୍ଧନା ପ୍ରଦାନ କରାଯାଇଛି। ବିଦ୍ୟାଳୟ ପରିସରରେ ଆୟୋଜିତ ଉକ୍ତ ସମ୍ବର୍ଦ୍ଧନା ସଭାରେ ସମସ୍ତ ଶିକ୍ଷକ, ଶିକ୍ଷୟିତ୍ରୀ, ବିଦ୍ୟାଳୟ ପରିଚାଳନା କମିଟିର କାର୍ଯ୍ୟକର୍ତ୍ତା ଓ ସମସ୍ତ ମାନଙ୍କ ସହ ଛାତ୍ରଛାତ୍ରୀମାନେ ଉପସ୍ଥିତ ଥିଲେ। ବିଦାୟୀ ଶିକ୍ଷକ ଶ୍ରୀଯୁକ୍ତ ଭୋଇ ଜଣେ ଛାତ୍ର ବତ୍ସଳ ଓ ଉତ୍ତମ ମଣିଷ ଭାବେ ସ୍ଥାନୀୟ ଅଞ୍ଚଳରେ ସୁପରିଚିତ। ଉପସ୍ଥିତ ଥିବା ବକ୍ତାମାନେ ତାଙ୍କର ବିଗତ ଦିନର କାର୍ଯ୍ୟଧାରାକୁ ମନେ ପକାଇ ସ୍ମୃତି ଚାରଣ କରିଥିଲେ। ଶିକ୍ଷକ ଅନୀଲ କୁମାର ସାହୁ ମଞ୍ଚ ପରିଚାଳନା କରିଥିବାବେଳେ ପ୍ରଦୀପ କୁମାର ସେଠି ଧନ୍ୟବାଦ ଅର୍ପଣ କରିଥିଲେ । ଉକ୍ତ କାର୍ଯ୍ୟକ୍ରମରେ କିଛି ପୁରାତନ ଛାତ୍ର ଛାତ୍ରୀ ମଧ୍ୟ ଉପସ୍ଥିତ ଥିଲେ।