ଓଡ଼ିଆ ବାର୍ତ୍ତା/ କଳାହାଣ୍ଡି (ଲିଙ୍ଗରାଜ ମିଶ୍ର): ଆଜି ବିଶ୍ୱ ପ୍ରବେଶ ଦିବସ । ବିଶ୍ୱ ପରିବେଶ ଦିବସ ଉପଲକ୍ଷେ ଭୁବନେଶ୍ୱର ସ୍ଥିତ ରବୀନ୍ଦ୍ର ମଣ୍ଡପ ରେ ଓଡିଶା ସରକାର ଙ୍କ ଜଙ୍ଗଲ ପରିବେଶ ଓ ଜଳବାୟୁ ପରିବର୍ତ୍ତନ ବିଭାଗ ତରଫରୁ ପରିବେଶ ସୁରକ୍ଷା ଓ ସଂରକ୍ଷଣ କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ପାଇଁ ବିଭିନ୍ନ ବ୍ୟକ୍ତି ବିଶେଷ ଓ ଅନୁଷ୍ଠାନ ଗୁଡିକୁ ପୁରସ୍କୃତ କରାଯାଇଛି । ଏହି କ୍ରମରେ ନେହେରୁ ଯୁବ କେନ୍ଦ୍ର କଳାହାଣ୍ଡି ସହ ଅନୁବନ୍ଧିତ ନର୍ଲା ବ୍ଲକ ର ଭବାନୀ ଶଙ୍କର ସାଂସ୍କୃତିକ ଅନୁଷ୍ଠାନ ସରିଆଁ , କଳାହାଣ୍ଡି ର ଶିକ୍ଷାବିତ୍ତ ପ୍ରଫେସର ଭୁବନେଶ୍ୱର ବେହେରା, ମେମୋରିଆଲ ୟୁଥ ଅର୍ଗାନାଇଜେସନ ମୁଣ୍ଡରାଗୁଡା, ସରକାରୀ ଉଚ୍ଚ ବିଦ୍ୟାଳୟ କେସିଙ୍ଗା, ଭବାନୀପାଟଣା ରୁ ବାଲଗୋପାଲ ଶିକ୍ଷାନିକେତନ ଭବାନୀପାଟଣା ଉକ୍ତ ଚାରୋଟି ଅନୁଷ୍ଠାନ ଙ୍କୁ ପ୍ରକୃତି ମିତ୍ର” ପୁରସ୍କାର ସହିତ ୨୦୦୦୦ ଟଙ୍କା ଅର୍ଥ ରାଶି ପ୍ରଦାନ କରାଯାଇଥିଲା।। ଉକ୍ତ କାର୍ଯ୍ୟକ୍ରମ ରେ ମୁଖ୍ୟ ଅତିଥି ଭାବରେ ଡ଼. ମୋନା ଶର୍ମା ଅତିରିକ୍ତ ମୁଖ୍ୟ ଶାସନ ସଚିବ ଜଙ୍ଗଲ ପରିବେଶ ଓ ଜଳବାୟୁ ପରିବର୍ତ୍ତନ ବିଭାଗ ଓଡିଶା ,ସମ୍ମାନିତ ଅତିଥି ଭାବରେ ଶ୍ରୀ ରାଜୀବ କୁମାର ନିର୍ଦ୍ଦେଶକ ସେଣ୍ଟର ଫର ଏନଭରମେଣ୍ଟାଲ ଷ୍ଟଡିଜ ଜଙ୍ଗଲ ପରିବେଶ ଓ ଜଳବାୟୁ ପରିବର୍ତ୍ତନ ବିଭାଗ ଓଡିଶା, ଶ୍ରୀ ସୁଶାନ୍ତ ନନ୍ଦ ନିର୍ଦ୍ଦେଶକ ପରିବେଶ ତଥା ସ୍ୱତନ୍ତ୍ର ଶାସନ ସଚିବ ସ୍ୱତନ୍ତ୍ର ପରିବେଶ ଓ ଜଳବାୟୁ ପରିବର୍ତ୍ତନ ବିଭାଗ ଓଡିଶା ପ୍ରମୁଖ ଉପସ୍ଥିତ ରହି ପ୍ରକୃତି ମିତ୍ର” ପୁରସ୍କାର ପ୍ରଦାନ କରିଥିଲେ। କାର୍ଯ୍ୟକ୍ରମରେ ଭାବନୀ ଶଙ୍କର ସାଂସ୍କୃତିକ ଅନୁଷ୍ଠାନ ସରିଆଁ ର ସମ୍ପାଦକ ମିଲନ କୁମାର ଭୋଇ, ମୁଖ୍ୟ ସଦସ୍ୟ ସୌରଭ କୁମାର ଭୋଇ, ମୁଣ୍ଡରାଗୁଡା ର ଅଭିନାଶ ମୁଣ୍ଡ,କେସିଙ୍ଗା ର ହେମନ୍ତ କୁମାର ବାଗ ଓ ଭାବନୀପାଟଣା ହେମନ୍ତ କୁମାର ମୁଣ୍ଡ ପ୍ରମୁଖ ଉପସ୍ଥିତ ରହି ପୁରସ୍କାର ଗ୍ରହଣ କରିଥିଲେ।