ଓଡ଼ିଆ ବାର୍ତ୍ତା/ ଭୁବନେଶ୍ୱର: ମାନ୍ୟବର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଆସ୍ଥା ଓ ବିଶ୍ବାସକୁ ବଜାୟ ରଖି ନିମାପଡ଼ା ବିଧାୟକ ସମୀର ରଞ୍ଜନ ଦାସ ପୁନଶ୍ଚ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ଦାୟିତ୍ବ ନେଇଥିବାରୁ ଆଜି ଓଡ଼ିଶା ସ୍ପେସିଆଲ୍ ଏଜୁକେଟର ଫେଡ଼େରସନ ଫର ଦିବ୍ୟାଙ୍ଗ (ଓଏସଇଏଫଡ଼ି) ସଂଘ ତରଫରୁ ରାଜ୍ୟ ଯୁଗ୍ମ ସମ୍ପାଦକ ଆୟୁଷ୍ମାନ ଚ଼ୌଧୁରୀ ଓ ସହ କୋଷାଧ୍ୟକ୍ଷ ରାକେଶ କୁମାର ସାହୁ ମାନ୍ୟବର ମନ୍ତ୍ରଙ୍କୁ ସାକ୍ଷାତ କରିବାସହ ଶୁଭେଚ୍ଛା ଓ ଅଭିନନ୍ଦନ ଜ୍ଞାପନ ଜଣାଇଛନ୍ତି।ଦିବ୍ୟାଙ୍ଗ ଛାତ୍ରଛାତ୍ରୀଙ୍କ ଶିକ୍ଷାର ବିକାଶ ନିମନ୍ତେ ପ୍ରତ୍ୟେକ ସାଧାରଣ ବିଦ୍ୟାଳୟରେ ଜଣେ ଜଣେ ସ୍ବତନ୍ତ୍ର ଶିକ୍ଷକ ନିଯୁକ୍ତି କରିବାକୁ ମାନ୍ୟବର ଉଚ୍ଚତମ ନ୍ୟାୟାଳୟର ରାୟ ଅନୁସାରେ ଓଡ଼ିଶାରେ କାର୍ଯ୍ୟକାରୀ କରିବାକୁ ମାନ୍ୟବର ମନ୍ତ୍ରୀଙ୍କ ସହ ଆଲୋଚ଼ନା କରିଛନ୍ତି ସଂଘର ଏହି ଦୁଇ ପ୍ରତିନିଧି





