ପ୍ରକାଶ ପାଇଲା ମାଟ୍ରିକ୍‌ ପରୀକ୍ଷା ଫଳ, ପାସ୍‌ ହାର ୯୦.୫୫ %

ଓଡ଼ିଆ ବାର୍ତ୍ତା/ କଟକ: କଟକ ସ୍ଥିତ ମାଧ୍ୟମିକ ଶିକ୍ଷା ପରିଷଦ କାର୍ଯ୍ୟାଳୟରେ ସ୍କୁଲ୍ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶଙ୍କ ଉପସ୍ଥିତିରେ ଅପରାହ୍ଣ ୧ଟାରେ ମାଟ୍ରିକ ପରୀକ୍ଷା ଫଳ ପ୍ରକାଶ କରାଯାଇଥିବା ବେଳେ ଛାତ୍ରଛାତ୍ରୀମାନେ ଅପରାହ୍ନ 2 ଠାରୁ www.bseodisha.ac.in ଏବଂ www.bseodisha.nic.in ୱେବ୍‌ସାଇଟ୍‌ରେ ସେମାନଙ୍କ ମାର୍କ ଜାଣିପାରିବେ। ମନ୍ତ୍ରୀ ଶ୍ରୀ ଦାଶ କହିଛନ୍ତି, ୫ଲକ୍ଷରୁ ଅଧିକ ଛାତ୍ରଛାତ୍ରୀ ପରୀକ୍ଷା ଦେଇଥିଲେ । ମେ ୨୧ରୁ ରାଜ୍ୟର ୫୮ଟି କେନ୍ଦ୍ରରେ ମୂଲ୍ୟାୟନ କରାଯାଇଥିଲା। ଚଳିତ ବର୍ଷ ନୂଆ ମୂଲ୍ୟାୟନ ପଦ୍ଧତିରେ ଖାତା ଦେଖା ହୋଇଛି। ଇଣ୍ଟରନାଲ୍ ଆସେସମେଣ୍ଟ, ସମେଟିଭ ଆସେସମେଣ୍ଟ ଓ୍ୱାନ୍ ଓ ସମେଟିଭି ଆସେସ୍ମେଣ୍ଟ ଟୁ ର ୱେଟେଜ୍ ଆଧାରରେ ପିଲାଙ୍କୁ ମାର୍କ ଦିଆଯାଇଛି।

Omkar Vasthu
Omkar Vasthu

ଦୀର୍ଘ ଦୁଇ ବର୍ଷ ପରେ ପରୀକ୍ଷା ଅଫ ଲାଇନ ମାଧ୍ୟମରେ ହୋଇଥିଲା ମାଟ୍ରିକ ପରିକ୍ଷା। ପରୀକ୍ଷା ପରେ ମୂଲ୍ୟାୟନ କରି ପ୍ରକାଶ କରାଯାଇଛି ଫଳ। ଏଥର ୯୦.୫୫ % ଛାତ୍ରଛାତ୍ରୀ ପାସ୍ କରିଛନ୍ତି। ଏଥର ମାଲକାନଗିରି ୨ଟି ଓ ଅନୁଗୁଳର ଗୋଟିଏ ସ୍କୁଲରେ ରିଜଲ୍ଟ ଜିରୋ ରହିଥିବା ଜଣାପଡିଛି।

Pearl dental clinic
Near Ashish Medical Store, Bhawanipatna

Udyog Nursery
Udyogi Nursery
Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.