୨୧୫ ଜଣଙ୍କୁ ଶାରୀରିକ ଅକ୍ଷମ ପରିଚୟ ପତ୍ର ପ୍ରଦାନ
ଓଡ଼ିଆ ବାର୍ତ୍ତା/ କଳାହାଣ୍ଡି (ସୁଶାନ୍ତ କୁମାର ଦଳେଇ): କଳାହାଣ୍ଡି ଜିଲ୍ଲା ଗୋଲାମୁଣ୍ଡା ବ୍ଲକ ପରିସରରେ ଆଜି ଭୀମ ଭୋଇ ସାମର୍ଥ୍ୟ ଶିବିର ଅନୁଷ୍ଠିତ ହୋଇଯାଇଛି । ଗୋଲାମୁଣ୍ଡା ବ୍ଲକ ଅଧ୍ୟକ୍ଷ ବିନ୍ଦୁ ମହାନନ୍ଦଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଉକ୍ତ କାର୍ଯ୍ୟକ୍ରମରେ ବିଡ଼ିଓ ସ୍ନିଗ୍ଧାରାଣୀ ପ୍ରଧାନ, ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ ମଦନଜିତ ହୋତା, ସସ୍ମିତା ହୋତା ପ୍ରମୁଖ ଉପସ୍ଥିତ ଥିଲେ । ବ୍ଲକ ଅଧ୍ୟକ୍ଷ ଶ୍ରୀ ମହାନନ୍ଦ ଏହି କାର୍ଯ୍ୟକମ ଶୁଭ ଉଦଘାଟନ କରି ୨୮ ଜଣ ଦିବ୍ୟାଙ୍ଗଙ୍କୁ ବସ ଓ ଟ୍ରେନ ପାସ ପ୍ରଦାନ କରିଥିଲେ । ବ୍ଲକର ୨୮ ଗୋଟି ଗ୍ରାମପଞ୍ଚାୟତରୁ ୨୫୪ ଜଣ ପଞ୍ଜିକରଣ କରିଥିବା ବେଳେ ବିଶେଷଜ୍ଞ ଡାକ୍ତରଙ୍କ ଦ୍ଵାରା ପରୀକ୍ଷା କରାଯାଇ ୨୧୫ ଜଣଙ୍କୁ ଶାରିରୀକ ଅକ୍ଷମ ପରିଚୟ ପତ୍ର ପ୍ରଦାନ କରାଯାଇଥିଲା । ଭବାନୀପାଟଣା ଜିଲ୍ଲା ଚିକିତ୍ସାଳୟରୁ ଅସ୍ଥିଶଲ୍ୟ ବିଶେଷଜ୍ଞ ଡାକ୍ତର ସୁନୀଲ କୁମାର ପାଢୀ, ମାନସିକ ଚିକିତ୍ସକ ଡାକ୍ତର ପ୍ରତାପ କୁମାର ପଟ୍ଟନାୟକ, ଚକ୍ଷୁ ବିଶେଷଜ୍ଞ ଡାକ୍ତର ନିବେଦିତା ସାହୁ, କର୍ଣ୍ଣ,ଗଳା ଓ ନାସା ଚିକିତ୍ସକ ଡାକ୍ତର ପ୍ରଦ୍ୟୁମ୍ନ କିଶୋର ପଣ୍ଡା, ଜିଲ୍ଲା ଭିନ୍ନକ୍ଷମ ପୁନର୍ବାସ ଅଧିକାରୀ ଶୁଭାଶିଷ ମହାନ୍ତି, ବରିଷ୍ଠ ଶ୍ରବଣ ବିତ ବାଦଲ କୁମାର, ଚଳନ ପ୍ରଶିକ୍ଷକ ନିବାସ ଚନ୍ଦ୍ର ସାହୁ ଉପସ୍ଥିତ ଥିଲେ । ଏହି କାର୍ଯ୍ୟକ୍ରମକୁ ବ୍ଲକ ସାମାଜିକ ସୁରକ୍ଷା ଅଧିକାରୀ ତ୍ରିଲୋଚନ ନାଏକ, ଗ୍ରାମପଞ୍ଚାୟତ ସମ୍ପ୍ରସାରଣ ଅଧିକାରୀ ରମିତ ପ୍ରଧାନ ପରିଚାଳନା କରିଥିବା ବେଳେ ବ୍ଲକର ସରପଞ୍ଚ, ସମିତିସଭ୍ୟ, ୱାର୍ଡ ମେମ୍ବର ମାନେ ଉପସ୍ଥିତ ରହି ସହଯୋଗ କରିଥିଲେ ।