ରେଙ୍ଗାଲପାଲି ଉଚ୍ଚ ପ୍ରାଥମିକ ବିଦ୍ୟାଳୟଠାରେ ବ୍ଲକ ସ୍ତରୀୟ ସମ୍ବର୍ଦ୍ଧନା ସମାରୋହ

ଓଡ଼ିଆ ବାର୍ତ୍ତା/ ଜୟପାଟଣା (ଧନେଶ୍ଵର ପୁଞ୍ଜି): ଜୟପାଟଣା ବ୍ଳକ ରେଙ୍ଗାଲପାଲି ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ ୨୦୨୨ ପରିକ୍ଷାରେ ଉତ୍ତମ ମାର୍କ ରଖି କୃତକାର୍ଯ୍ୟ ହୋଇଥିବା ଛାତ୍ରଛାତ୍ରୀ ମାନଙ୍କୁ ନେଇ ଏକ ବ୍ଲକ ସ୍ତରୀୟ ସମ୍ବର୍ଦ୍ଧନା ସଭା ଅନୁଷ୍ଠିତ ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ସମସ୍ତ ବିଦ୍ୟାଳୟର ଛାତ୍ରଛାତ୍ରୀ ଓ ଶିକ୍ଷକ ଶିକ୍ଷୟିତ୍ରୀମାନେ ଉପସ୍ଥିତ ଥିଲେ।

Omkar Vasthu
Omkar Vasthu

Pearl dental clinic
Near Ashish Medical Store, Bhawanipatna

ପ୍ରଫେସର ଭୁବନେଶ୍ୱର ବେହେରା ୟୁଥ୍ ଅର୍ଗାନିଇଜେସନ ଟ୍ରଷ୍ଟ ଏବଂ ପ୍ରାଥମିକ ଶିକ୍ଷକ ସଂଘ ଜୟପାଟଣା ମିଳିତ ଉଦ୍ୟମରେ ଆୟୋଜିତ ଉକ୍ତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଜୟପାଟଣା ତହସିଲଦାର ସୁଭଦ୍ରା ମୁଣ୍ଡିକା ଯୋଗ ଦେଇ ଶୁଭ ଉଦଘାଟନ କରିଥିଲେ। ସମ୍ମାନୀତ ଅତିଥି ଭାବରେ ଗୋଷ୍ଠୀ ଶିକ୍ଷା ଅଧିକାରୀ ଜୟପାଟଣା ଧରମା ପ୍ରଧାନ, ବରିଷ୍ଠ ସମାଜ ସେବୀ ବ୍ରଜେନ୍ଦ୍ର କୁମାର ପଟ୍ଟଯୋଷୀ, ଜିଲ୍ଲା ପ୍ରାଥମିକ ଶିକ୍ଷକ ସଂଘ ସଭାପତି ସୁରେନ୍ଦ୍ର ମୋହନ ଯୋଶୀ, ବରିଷ୍ଠ ସାମ୍ବାଦିକ ଶେଷଦେବ ବେହେରା, ଅନୁସୂଚିତ ଜାତି ଜନଜାତି ବିଦ୍ୟାଳୟ ଖଲିଆଭଟ୍ଟାର ପ୍ରଧାନ ଶିକ୍ଷକ ଉମାଶଙ୍କର ପଣ୍ଡା,ଦଣ୍ଡପାଟ ଅଞ୍ଚଳର ସମାଜର ସମାଜସେବୀ ଉବେଶ ଗୋନ୍ତୀଆ, ପରମାନନ୍ଦ ଉଚ୍ଚ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ରବିନ୍ଦ୍ର ମୁଣ୍ଡ ପ୍ରମୁଖ ମଞ୍ଚାସିନ ଥିଲେ।

Udyog Nursery
Udyogi Nursery

ଏହି କାର୍ଯ୍ୟକ୍ରମ ଟିକୁ ଜୟପାଟଣା ବ୍ଳକ ଶିକ୍ଷକ ସଂଘ ସମ୍ପାଦକ ତଥା ରେଙ୍ଗାଲପାଲି ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଲଲିତ କୁମାର ନାଏକ ପରିଚାଳନା କରିଥିବା ବେଳେ ସିଦ୍ଧାର୍ଥ ମିଶ୍ର, ଅଭିନାଶ ମୁଣ୍ଡ, ନବ କିଶୋର ନାଏକ ପ୍ରମୁଖ ଉପସ୍ଥିତ ରହି ସହଯୋଗ କରିଥିଲେ। ଏହି ଉତ୍ସବରେ ମେଧାବୀ ଛାତ୍ରଛାତ୍ରୀ ମାନଙ୍କୁ ପ୍ରମାଣ ପତ୍ର ସହିତ ଉପଢୌକନ ପ୍ରଦାନ କରାଯାଇଥିଲା।

ଦ୍ଵିତୀୟ ଅଧିବେଶନରେ ସଂଘର କାର୍ଯ୍ୟକାରୀ ସଭାପତି ସଞ୍ଜୟ ପଣ୍ଡା, ସରୋଜ ମିଶ୍ର, ନବ କିଶୋର ନାଏକ, ଗଣେଶ ଶବର ପ୍ରମୁଖ ଉପସ୍ଥିତ ଛାତ୍ରଛାତ୍ରୀ ମାନଙ୍କୁ ନେଇ ପ୍ରଶ୍ନ ମଞ୍ଚ କରିଥିଲେ। ଏହି ପ୍ରଶ୍ନ ମଞ୍ଚରେ ଜେମା ପଟେଲ ପ୍ରଥମ ସ୍ଥାନ ଅଧିକାର କରିଥିବା ବେଳେ ଦୀପ୍ତିମୟୀ ଦାସ ଦିତୀୟ ଏବଂ ଉର୍ବଶୀ କଣ୍ଟା ତୃତୀୟ ସ୍ଥାନ ଅଧିକାର କରିଥିଲେ। ଏହି କାର୍ଯ୍ୟକ୍ରମଟିକୁ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଲଲିତ କୁମାର ନାଏକ ଏବଂ ଅଭିନାଶ ମୁଣ୍ଡ ପରିଚାଳନା କରିଥିଲେ।

Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.