ଗ୍ରାମ ପଞ୍ଚାୟତ କାର୍ଯ୍ୟ ନିର୍ବାହୀ ଅଧିକାରୀଙ୍କୁ ବିଦାୟ କାଳୀନ ସମ୍ବର୍ଦ୍ଧନା

ଓଡ଼ିଆ ବାର୍ତ୍ତା/ କଳାହାଣ୍ଡି (ସୁଶାନ୍ତ କୁମାର ଦଳେଇ): ଗୋଲାମୁଣ୍ଡା ବ୍ଲକ ବୃନ୍ଦାବାହାଲ ଗ୍ରାମ ପଞ୍ଚାୟତର କାର୍ଯ୍ୟ ନିର୍ବାହୀ ଅଧିକାରୀ ଜଗନ୍ନାଥ ଦଣ୍ଡସେନାଙ୍କୁ ବିଦାୟ କାଳୀନ ସମ୍ବର୍ଦ୍ଧନା ଦିଆଯାଇଛି। ବୃନ୍ଦାବାହାଲ ସରପଞ୍ଚ ଇଂ. ଦିନେଶ କୁମାର ରାଉତଙ୍କ ତତ୍ବାବଧାନରେ ସଭାର ଆୟୋଜନ କରି ଶ୍ରୀ ଦଣ୍ଡସେନାଙ୍କୁ ବିଦାୟ କାଳୀନ ସମ୍ବର୍ଦ୍ଧନା ଦିଆଯାଇଥିଲା। ଏହି କାର୍ଯ୍ୟକ୍ରମରେ ଗୋଲାମୁଣ୍ଡା ଜୋନ୍-୧ ଜିଲ୍ଲା ପରିଷଦ ସଭ୍ୟା ହେମାଙ୍ଗିନୀ ରାଉତ, ବୃନ୍ଦାବାହାଲ ସମିତି ସଭ୍ୟ ଗୋରେଖ ବିଶିଙ୍କ ସମେତ ଗ୍ରାମର ଅନେକ ବୁଦ୍ଧିଜୀବୀ ଓ ପଞ୍ଚାୟତର ସମସ୍ତ କର୍ମଚାରୀ ଉପସ୍ଥିତ ଥିଲେ। ଦିର୍ଘ ଦିନ ଧରି ଶ୍ରୀ ଦଣ୍ଡସେନା ବୃନ୍ଦାବାହାଲ ଗ୍ରାମ ପଞ୍ଚାୟତର କାର୍ଯ୍ୟ ନିର୍ବାହୀ ଅଧିକାରୀ ଭାବେ ରହିଥିଲେ ଓ ପଞ୍ଚାୟତର ସାମୁହିକ ବିକାଶ ସାଙ୍ଗକୁ ନିଜ ଦାଇତ୍ୱ ସୁଚାରୁରୂପେ ତୁଲାଇଥିଲେ।

Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.