ଓଡ଼ିଆ ବାର୍ତ୍ତା/ କନ୍ଧମାଳ (ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ କ.ନୂଆଗାଁ ବ୍ଲକ କୁଡୁତୁଲି ସରକାରୀ ଉଚ୍ଚ ବିଦ୍ୟାଳୟ ଠାରେ ପୁସ୍ତକ ବିତରଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ କୁଡୁତୁଲି ସରପଞ୍ଚ ଶ୍ରୀଚନ୍ଦ୍ର ମଲିକ ଯୋଗ ଦେଇ ପ୍ରଥମ ଶ୍ରେଣୀରେ ଅଧ୍ୟୟନ କରୁଥିବା ଛାତ୍ରଛାତ୍ରୀଙ୍କୁ ମାଗଣାରେ ପୁସ୍ତକ ବଣ୍ଟନ କରିଥିଲେ। ଏହି କାର୍ଯ୍ୟକ୍ରମରେ ବିଦ୍ୟାଳୟ ପରିଚାଳନା ସମିତି ସଭାପତି ସୁଜିତ ବେହର ଦଳାଇ, ପ୍ରଧାନ ଶିକ୍ଷୟିତ୍ରୀ କ଼ୁମାରୀ ପୁନମ ଓ ସ୍କୁଲର ଶିକ୍ଷକ ଶିକ୍ଷୟିତ୍ରୀମାନେ ଉପସ୍ଥିତ ଥିଲେ।