ରାୟଗଡା ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ସଦଭାବନା ଦିବସ ପାଳିତ

ଓଡ଼ିଆ ବାର୍ତ୍ତା/ ରାୟଗଡା (ଶିବ ନାରାୟଣ ଗୈାଡ): ରାୟଗଡା ଜିଳ୍ଲାପାଳଙ୍କ କାର୍ଯ୍ୟାଳୟ ଚିନ୍ତନ କକ୍ଷରେ ଅତିରିକ୍ତ ଜିଲ୍ଲାପାଳ ଧର୍ମାନନ୍ଦ ବେହେରାଙ୍କ ଅଧ୍ୟକ୍ଷତାରେ ସଦଭାବନା ଦିବସ ପାଳନ କରାଯାଇଥିଲା । ଏହି ଅବସରରେ ଅତିରକ୍ତ ଜିଲାପାଳ ଶ୍ରୀ ବେହେରା ଏହି ଦିବସର ଉଦ୍ଦେଶ୍ୟ ସମ୍ପର୍କରେ ବୁଝାଇବା ସହ ଶପଥ ପାଠ କରାଇଥିଲେ । ଅତିରକ୍ତ ଜିଲ୍ଲାପାଳ ଶ୍ରୀ ବେହେରା ଜାତି, ସମ୍ପ୍ରଦାୟ, କ୍ଷେତ୍ର, ଧର୍ମ ଅଥବା ଭାଷା ଭିତ୍ତିକ ଭେଦଭାବ, ହିଂସାର ସାହାର୍ଯ୍ୟ ବିନା ସବୁ ପ୍ରକାର ମତଭେଦ କଥାବାର୍ତ୍ତା ଏବଂ ସାମ୍ବିଧାନିକ ବ୍ୟବସ୍ଥା ମାଧ୍ୟମରେ ସମାଧାନ କରିବା ପାଇଁ ଭାରତ ବାସୀଙ୍କ ଭାବନାତ୍ମକ ଏକତା ଏବଂ ସଦଭାବନା ନିମନ୍ତେ କାର୍ଯ୍ୟ କରିବା ପାଇଁ ଉପସ୍ଥିତ ସମସ୍ତ ଅଧିକାରୀ ଏବଂ କର୍ମଚାରୀଙ୍କୁ ଶପଥ ପାଠ କରାଇଥିଲେ ।

Omkar Vasthu
Omkar Vasthu

Pearl dental clinic
Near Ashish Medical Store, Bhawanipatna

ଏହି ଶପଥ ପାଠ କାର୍ଯ୍ୟକ୍ରମରେ ଡେପୁଟି କଲେକ୍ଟର ନାରାୟଣ ମିଶ୍ର, ଜିଲ୍ଲା ସମାଜ ମଙ୍ଗଳ ଅଧିକାରିଣୀ ଯାଜ୍ଞସେନି ବେହେରା, ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ବସନ୍ତ କୁମାର ପ୍ରଧାନ, ଜିଲ୍ଲା ସଂସ୍କୃତି ଅଧିଅରିଣୀ ସସ୍ମିତା ବାଉରୀ, ଜିଲ୍ଲା ସମାଜ କଲ୍ୟାଣ ବିଭାଗର ପ୍ରୋଗ୍ରାମ ଅଧିକାରୀ କାମାକ୍ଷୀ ପାଢିଙ୍କ ସମେତ ଅନ୍ୟାନ୍ୟ ଅନୁବିଭାଗୀୟ ଅଧିକାରୀ, ସେକ୍ସନ ଅଫିସର ଓ ଅନ୍ୟାନ୍ୟ କର୍ମଚାରୀ ମାନେ ଉପସ୍ଥିତ ରହି ଶପଥ ପାଠ କରିଥିଲେ । ବିଭିନ୍ନ ବିଭାଗରେ, ଉପଖଣ୍ଡ ସ୍ତରରେ ଓ ବ୍ଲକସ୍ତରରେ ମଧ୍ୟ ପାଳନ କରାଯାଇଥିଲା ସଦଭାବନା ଦିବସ ।

Udyog Nursery
Udyogi Nursery

Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.