ନର୍ଲା ଉପରପଡା ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ପୋଷାକ ବଣ୍ଟନ

ଓଡ଼ିଆ ବାର୍ତ୍ତା/ କଳାହାଣ୍ଡି (ଲିଙ୍ଗରାଜ ମିଶ୍ର): କଳାହାଣ୍ଡି ଜିଲ୍ଲା ନର୍ଲା ବ୍ଲକର ସମସ୍ତ ସରକାରୀ ବିଦ୍ୟାଳୟରେ ପୋଷାକ ବିତରଣ ଉତ୍ସବ ଅନୁଷ୍ଠିତ ହେଉଛି। ପ୍ରଥମରୁ ଅଷ୍ଟମ ପର୍ଯ୍ୟନ୍ତ ସବୁ ବର୍ଗର ଛାତ୍ରଛାତ୍ରୀମାନଙ୍କ ଦୁଇହଳ ପୋଷାକ ସହ ଜୋତା ଓ ମୋଜା ଯୋଗାଇ ଦେଉଛନ୍ତି ସରକାର। ଏହି କ୍ରମରେ ନର୍ଲା ଉପରପଡା ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ମଧ୍ୟ ପୋଷାକ ବିତରଣ ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ବିଦ୍ୟାଳୟର ପ୍ରଧାନ ଶିକ୍ଷକ ନକୁଳ ସେନାପତିଙ୍କ ତତ୍ବାବଧାନରେ ୧୪୫ଜଣ ଛାତ୍ର ଛାତ୍ରୀଙ୍କୁ ପୋଷାକ ବଣ୍ଟନ କରାଯାଇଛି। ଏନେଇ ଆୟୋଜିତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ବିଦ୍ୟାଳୟ ପରିଚାଳନା କମିଟି ସଭାପତି ସରୋଜ କୁମାର ପୁଝାରୀ, ସମ୍ମାନିତ ଅତିଥି ଭାବେ ବରିଷ୍ଠ ସାମ୍ବାଦିକ ନିରଞ୍ଜନ ଗଉଡ଼ ଓ ବିଦ୍ୟାଳୟ ପରିଚାଳନା କମିଟି ଉପ ସଭାପତି ଭୂମି ସିଂ ଠାକୁର ଉପସ୍ଥିତ ରହି ଛାତ୍ରଛାତ୍ରୀମାନଙ୍କୁ ପୋଷାକ ବିତରଣ କରିଥିଲେ। ବିଦ୍ୟାଳୟର ଶିକ୍ଷୟତ୍ରୀ ସଂଗୀତା ବେହେରା, ସୀମା ପରିଡା, ସବିତା ପାତ୍ର ଓ ଏସଏମସିର ସଭ୍ୟ ସଭ୍ୟାମାନେ କାର୍ଯ୍ୟକ୍ରମ ପରିଚାଳନାରେ ସହଯୋଗ କରିଥିଲେ।

Omkar Vasthu
Omkar Vasthu

Pearl dental clinic
Near Ashish Medical Store, Bhawanipatna

Udyog Nursery
Udyogi Nursery
Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.