ପିପିଲିପାଲି ଓଡିଶା ଆଦର୍ଶ ବିଦ୍ୟାଳୟରେ ଜିଲ୍ଲା ସ୍ତରୀୟ ୮ମ ପ୍ରତିଷ୍ଠା ଦିବସ

ଓଡିଆ ବାର୍ତ୍ତା/ ସୋନପୁର (ସର୍ଜନ ପାଣ୍ଡେ): ସୋନପୁର ସଦର ବ୍ଲକ ପିପିଲିପାଲି ସ୍ଥିତ ଓଡିଶା ଆଦର୍ଶ ବିଦ୍ୟାଳୟଠାରେ ଜିଲ୍ଲା ସ୍ତରୀୟ ଅଷ୍ଟମ ପ୍ରତିଷ୍ଠା ଦିବସ ମହାସମାରୋହରେ ପାଳିତ ହୋଇଯାଇଛି। ଏନେଇ ଆୟୋଜିତ ଭବ୍ୟ ସମାରୋହରେ ମୁଖ୍ଯ ଅତିଥି ଭାବେ ଜିଲ୍ଲା ଶିକ୍ଷା ଅଧିକାରୀ ଲକ୍ଷ୍ମଣ କୁମାର ଭୋଇ ଯୋଗଦେଇ ଓଡିଶା ଆଦର୍ଶ ବିଦ୍ୟାଳୟର ଶିକ୍ଷାଦାନ ପଦ୍ଧତି, ଶୃଙ୍ଖଳା, ଶୈଖିକ ପରିବେଶ ସହ ବିବିଧ ବିଷୟରେ ଆଲୋକପାତ କରିଥିଲେ।

Omkar Vasthu
Omkar Vasthu

Pearl dental clinic
Near Ashish Medical Store, Bhawanipatna

ବିଦ୍ୟାଳୟର ଅଧକ୍ଷ୍ଯ ଅରୁଣ କୁମାର ମହାକୁରଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଉକ୍ତ କାର୍ଯ୍ୟକ୍ରମରେ ଜିଲ୍ଲାର ୬ଟି ଆଦର୍ଶ ବିଦ୍ୟାଳୟର ୧୬୮ ଜଣ ଛାତ୍ର ଛାତ୍ରୀ ଓ ଶିକ୍ଷକ ଶିକ୍ଷୟତ୍ରୀ ଅଂଶଗ୍ରହଣ କରିଥିଲେ। ପଞ୍ଚାନନ ପ୍ରଧାନ, ଶୁଭମ ଶୁକ୍ଲା, ରୋଜାଲିନ ପଧାନ, ଭଗବାନ ମହାନନ୍ଦ, ଅଭିଷେକ ମହାନ୍ତି ପ୍ରମୁଖ କାର୍ଯ୍ୟକ୍ରମ ପରିଚାଳନାରେ ସହଯୋଗ କରିଥିଲେ।

Udyog Nursery
Udyogi Nursery

ଏହି ଅବସରରେ ଜିଲ୍ଲାର ୬ଗୋଟି ଓଡିଶା ଆଦର୍ଶ ବିଦ୍ୟାଳୟର ଛାତ୍ରଛାତ୍ରୀମାନଙ୍କ ଦ୍ଵାରା ରଙ୍ଗାରଙ୍ଗ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷିତ ହୋଇଥିଲା। କୃତି ପ୍ରତିଯୋଗି ଓ ବିଭିନ୍ନ ବର୍ଗରେ କୃତିତ୍ୱ ହାସଲ କରିଥିବା ଶିକ୍ଷାର୍ଥୀମାନଙ୍କୁ ଅତିଥିମାନେ ପୁରସ୍କୃତ କରିଥିଲେ।

Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.