ଓଡ଼ିଆ ବାର୍ତ୍ତା/ କଳାହାଣ୍ଡି (ସୁଶାନ୍ତ କୁମାର ଦଳେଇ): କଳାହାଣ୍ଡି ଜିଲ୍ଲା ଗୋଲାମୁଣ୍ଡାସ୍ଥିତ ସର୍ବ ମଙ୍ଗଳା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ପ୍ରବେଶ ଉତ୍ସବ ପାଳିତ ହୋଇଯାଇଛି। +୨ ପ୍ରଥମ ବର୍ଷର କଳା, ବିଜ୍ଞାନ ଓ ବାଣିଜ୍ୟ ବିଭାଗରେ ନୂତନ ଭାବେ ନାମ ଲେଖାଇ ଥିବା ଛାତ୍ର-ଛାତ୍ରୀମାନଙ୍କୁ ସ୍ଵାଗତ ଜଣାଇ ଏହି କାର୍ଯ୍ୟକ୍ରମ ଆୟୋଜନ କରାଯାଇଥିଲା । ଅଧ୍ୟକ୍ଷ ଜୟନ୍ତ କୁମାର ଜେନାଙ୍କ ସଭାପତିତ୍ବରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ପ୍ରାଧ୍ୟାପକ ସରୋଜ କାନ୍ତ ରଥ, ବିଜୟ କୁମାର ସାହୁ, ପ୍ରତାପ ଚନ୍ଦ୍ର ନାୟକ, ପ୍ରବୀର କୁମାର ରାୟ, ଶାନ୍ତନୁ କୁମାର ପରିଡ଼ା, ଘନଶ୍ୟାମ ଭାଟି, କବି ପ୍ରସାଦ ପଟ୍ଟନାୟକ, ପ୍ରଦୀପ କୁମାର ମିଶ୍ର, ଯଯାତି କେଶରୀ ରାଉତ, ସନ୍ଦୀପ କାନୁନଗୋ, ସୋଭାଗିନୀ ନାୟକ, ତ୍ରିନାଥ ପଟ୍ଟନାୟକ, ପ୍ରିୟମ୍ବଦା ରଥ, କ୍ରୀଡ଼ା ଶିକ୍ଷକ ସନ୍ତୋଷ କୁମାର ବାରିକ ପ୍ରମୁଖ ଯୋଗଦେଇ ଉପସ୍ଥିତ ଛାତ୍ର ଛାତ୍ରୀମାନଙ୍କୁ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇବା ସହ ନିୟମିତ ବିଦ୍ୟାଳୟକୁ ଆସି ଶୃଙ୍ଖଳାର ସହିତ ଶିକ୍ଷା ଲାଭକରି ଜୀବନରେ ଭଲ ମଣିଷ ହେବାକୁ ଆହ୍ୱାନ ଦେଇଥିଲେ ।