ଲାଞ୍ଜିଗଡ଼ ବ୍ଲକ ବିଜୁ ଯୁବ ଓ ଛାତ୍ର ବିଜେଡି ପକ୍ଷରୁ ରକ୍ତଦାନ ଶିବିର: ୧୦୫ ୟୁନିଟ ରକ୍ତ ସଂଗ୍ରହ

ଓଡ଼ିଆ ବାର୍ତ୍ତା/ କଳାହାଣ୍ଡି (ନିଲେଶ କୁମାର ନାଗ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ୭୬ ତମ ଜନ୍ମଦିବସକୁ ସ୍ମରଣିୟ କରିବା ପାଇଁ ସମସ୍ତ ବିଧାନସଭା ଓ ବ୍ଲକ ସ୍ତରରେ ଜୀବନ ବିନ୍ଦୁ ରକ୍ତଦାନ ଶିବିର ଆୟୋଜିତ ହୋଇଯାଇଛି । ଏହି କ୍ରମରେ ଲାଞ୍ଜିଗଡ଼ ବ୍ଲକ ବିଜେଡ଼ି ଓ ବିଜୁ ଯୁବ, ଛାତ୍ର ଜନତା ଦଳର ମିଳିତ ଆନୁକୁଲ୍ୟରେ ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଯାଇଛି । ଲାଞ୍ଜିଗଡ଼ ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ଆୟୋଜିତ ଉକ୍ତ ରକ୍ତଦାନ ଶିବିରରେ ଅତିଥି ଭାବେ ଲାଞ୍ଜିଗଡ଼ ବିଧାୟକ ପ୍ରଦୀପ କୁମାର ଦିଶାରୀ ଓ କଳାହାଣ୍ଡି ଜିଲ୍ଲା ପରିଷଦ ଅଧ୍ୟକ୍ଷ ପୁଷ୍ପେନ୍ଦ୍ର ସିଂହଦେଓ ଯୋଗଦେଇ ଶୁଭ ଉଦଘାଟନ କରିବା ସହିତ ରକ୍ତଦାତାମାନଙ୍କୁ ଉତ୍ସାହିତ କରିଥିଲେ ।

Omkar Vasthu
Omkar Vasthu

Pearl dental clinic
Near Ashish Medical Store, Bhawanipatna

ଏହି କାର୍ଯ୍ୟକ୍ରମରେ ବ୍ଲକ ବିଜେଡ଼ି ସଭାପତି ଗୋବିନ୍ଦ ପ୍ରଧାନୀ, ଯୁବ ବିଜେଡି ସଭାପତି ଡିଲେଶ କୁମାର ନାଗ, ଜୋନ୍-୧ ଜିଲ୍ଲାପରିଷଦ ସଦସ୍ୟା ଅଞ୍ଜଳି ମାଝୀ, ଜୋନ୍-୨ ଜିଲ୍ଲା ପରିଷଦ ସଦସ୍ୟ ପରିକ୍ଷିତ ନାଏକ, ବ୍ଲକ ଅଧ୍ୟକ୍ଷା କମଳା ପାତ୍ର, ଉପାଧ୍ୟକ୍ଷ ସଞ୍ଜିବ କୁମାର ନାଏକ, ବିଧାୟକଙ୍କ ପ୍ରତିନିଧି ପ୍ରଦିପ ଘଡେଇ, ପୂର୍ବତନ ବିଧାୟକ ଶିବାଜୀ ମାଝୀ, ଲାଞ୍ଜିଗଡ଼ ବ୍ଲକ ବିଜେଡ଼ି ମିଡିଆସେଲ ସଭାପତି ସନ୍ତୋଷ କୁମାର ତୁଳ, ସମାଜସେବୀ ଶ୍ରୀଧର ପେସନିଆ, ସୁବାଷ ଅଗ୍ରୱାଲ, ହିମାନ୍ଦ୍ରି ପେସନିଆ, ତରୁଣ କୁମାର ଦାସ, ମନୋରଞ୍ଜନ ବିଶି, ଜୋନ୍-୧ ସଭାପତି ଚନ୍ଦ୍ରଶେଖର ମହାପାତ୍ର, ବ୍ଲକ ବିଜେଡ଼ି ଉପସଭାପତି ମୁକେଶ କୁମାର ବେହେରା, ବିଶ୍ଵନାଥପୁର ସମିତି ସଭ୍ୟ ଅଜିତ କୁମାର ପ୍ରଧାନୀ, ପାତ୍ର ମାଝୀ ପ୍ରମୁଖ ଯୋଗ ଦେଇଥିଲେ । ରକ୍ତ ଦାନ ଶିବିରରେ ସର୍ବମୋଟ ୧୦୫ ୟୁନିଟ ରକ୍ତ ସଂଗୃହୀତ ହୋଇଥିଲା ।

Udyog Nursery
Udyogi Nursery

Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.