ଶିକ୍ଷା ମନ୍ତ୍ରଣାଳୟ, ଫିଫା ଏବଂ ଏଆଇଏଫଏଫ ମଧ୍ୟରେ ବୁଝାମଣା ପତ୍ର ସ୍ୱାକ୍ଷରିତ

ଓଡ଼ିଆ ବାର୍ତ୍ତା/ ମୁମ୍ବାଇ: ଦେଶରେ ‘ଫୁଟବଲ୍ ଫର୍ ସ୍କୁଲ’ କାର୍ଯ୍ୟକ୍ରମକୁ ଆରମ୍ଭ କରିବା ପାଇଁ ରବିବାର ମୁମ୍ବାଇର ଯଶୋବନ୍ତ ରାଓ ଚୌହ୍ୱାନ ଫୁଟବଲ୍ ଷ୍ଟାଡ଼ିୟମରେ ଶିକ୍ଷା ମନ୍ତ୍ରଣାଳୟ, ଫିଫା ଏବଂ ସର୍ବଭାରତୀୟ ଫୁଟବଲ୍ ସଂଘ(ଏଆଇଏଫଏଫ) ମଧ୍ୟରେ ଏକ ବୁଝାମଣା ପତ୍ର(ଏମଓୟୁ) ସ୍ୱାକ୍ଷରିତ ହୋଇଯାଇଛି । କେନ୍ଦ୍ର ଶିକ୍ଷା ଓ ଦକ୍ଷତା ବିକାଶ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ଫିଫାର ସଭାପତି ଜିଆନି ଇନଫାନଟିନୋ ଏବଂ ଏଆଇଏଫଏଫର ସଭାପତି କଲ୍ୟାଣ ଚୌବେ ଏହି ଏମଓୟୁରେ ସ୍ୱାକ୍ଷର କରିଛନ୍ତି।

Omkar Vasthu
Omkar Vasthu

ଏହି ଅବସରରେ ଧର୍ମେନ୍ଦ୍ର ପ୍ରଧାନ କହିଛନ୍ତି ଯେ ଫୁଟବଲ ହେଉଛି ଏକ ଲୋକପ୍ରିୟ ଖେଳ । ମୁଁ ପିଲାବେଳେ ଫୁଟବଲ୍ ଖେଳୁଥିଲି । ଆଜି ଦେଶରେ ଫୁଟବଲକୁ ପ୍ରାଥମିକତା ଦିଆଯାଉଥିବା ବେଳେ ‘ଫୁଟବଲ୍ ଫର୍ ସ୍କୁଲ’ କାର୍ଯ୍ୟକ୍ରମ ମୋତେ ବ୍ୟକ୍ତିଗତ ଭାବେ ଆନନ୍ଦ ଦେଇଛି । ଆଗାମୀ ୪ ବର୍ଷ ମଧ୍ୟରେରେ ଫିଫା ଓ ଏଆଇଏଫଏଫ ସହଯୋଗରେ ଦେଶର ୭୦୦ରୁ ଅଧିକ ଜିଲ୍ଲାରେ ଭାରତ ସରକାରଙ୍କ ଦ୍ୱାରା ପରିଚାଳିତ ସ୍କୁଲରେ ‘ଫୁଟବଲ ଫର୍ ସ୍କୁଲ’ କାର୍ଯ୍ୟକ୍ରମକୁ ଯୋଡାଯିବ। ଦେଶର ୨ କୋଟି ୫୦ ଲକ୍ଷ ସ୍କୁଲ ଛାତ୍ରଛାତ୍ରୀଙ୍କୁ ଫୁଟବଲ କ୍ରୀଡା ସହ ଯୋଡାଯିବାର ଯୋଜନା ରହିଛି।

Pearl dental clinic
Near Ashish Medical Store, Bhawanipatna

ପିଲାଙ୍କୁ ଶାରୀରିକ ରୂପେ ସୁସ୍ଥ ରଖିବା ଜାତୀୟ ଶିକ୍ଷା ନୀତିର ଉଦ୍ଦେଶ୍ୟ ରହିଥିବା ବେଳେ ଶିକ୍ଷାକୁ ସର୍ବସ୍ପର୍ଶୀ କରିବା, ଛାତ୍ରଛାତ୍ରୀଙ୍କ ସାମଗ୍ରିକ ବିକାଶକୁ ସୁନିଶ୍ଚିତ କରିବା ପାଇଁ ଫୁଟବଲ କ୍ରୀଡାକୁ ସକାରାତ୍ମକ ମାଧ୍ୟମ ଭାବେ ବ୍ୟବହାର କରାଯାଉଛି । ଏହାବ୍ୟତୀତ ଦେଶରେ ନୂଆ କ୍ରେଡିଟ ଫ୍ରେମଓ୍ୱାର୍କର ପ୍ରଣୟନ କରାଯାଉଛି । ଆଗାମୀ ଦିନରେ କ୍ରୀଡ଼ାକୁ କ୍ରେଡିଟ ଫ୍ରେମଓ୍ୱାର୍କର ରୂପାନ୍ତରଣ କରାଯିବ।

Udyog Nursery
Udyogi Nursery

ଦେଶର ପ୍ରଥମେ ପାଠ ପଢୁ ନଥିବା ପିଲା ଅଧିକ ଖେଳଖେଳି କରନ୍ତି ବୋଲି ଧାରଣା ଥିଲା । ମାତ୍ର ଏହି ଧାରଣା ଏବେ ଦୂର ହେଉଛି। ଏବେ ମୋଦି ସରକାର ଖେଳକୁ ହିଁ ପାଠପଢାର ମାନ୍ୟତା ଦେଉଛନ୍ତି । ଆସନ୍ତା ଦିନ ମାନଙ୍କରେ ପିଲାଙ୍କ ପାଠ୍ୟ ପୁସ୍ତକରେ ଫୁଟବଲ ଭଳି ଶାରିରୀକ କ୍ରୀଡାକୁ ଗୁରୁତ୍ୱ ଦିଆଯିବ ବୋଲି ଶ୍ରୀ ପ୍ରଧାନ କହିଛନ୍ତି। ଏହି କାର୍ଯ୍ୟକ୍ରମରେ କ୍ରୀଡା ରାଷ୍ଟ୍ର ମନ୍ତ୍ରୀ ନିଶିଥ ପରମାଣିକ, ମହାରାଷ୍ଟ୍ରର ସ୍କୁଲ ଶିକ୍ଷା ମନ୍ତ୍ରୀ ଦୀପକ କେସରକର, ଫୁଟବଲ ଫର୍ ସ୍କୁଲର ନିର୍ଦ୍ଦେଶିକା ଫତିମା ସିଦିବେ ଓ ଭାରତୀୟ ଫୁଟବଲ ଟିମର ଅଧିକାରୀମାନେ ପ୍ରମୁଖ ଉପସ୍ଥିତ ଥିଲେ।

Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.