ଓଡ଼ିଆ ବାର୍ତ୍ତା/ ଭବାନୀପାଟଣା (ଅଲତାଫ ଅଲ୍ଲି ଖାଁ): ସ୍ଥାନୀୟ ବ୍ରଜମୋହନ ହାଇସ୍କୁଲ୍ ପରିସରରେ ଆଜି ଶନିବାର କଳାହାଣ୍ଡି ଜିଲ୍ଲା ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି-୨୦୨୨’ ତଥା କଳା ଉତ୍ସବ ଉଦଯାପିତ ହୋଇଯାଇଛି । ଏଥିରେ ଜିଲ୍ଲାର ୧୩ଗୋଟି ବ୍ଲକରୁ ପ୍ରଥମ ସ୍ଥାନ ଅଧିକାର କରିଥିବା ଛାତ୍ରଛାତ୍ରୀଙ୍କ ମଧ୍ୟରେ ବିଭିନ୍ନ ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା । ଜିଲ୍ଲା ସ୍ତରରେ ପ୍ରଥମ ହୋଇଥିବା ଛାତ୍ରଛାତ୍ରୀମାନେ ରାଜ୍ୟ ସ୍ତରୀୟ ‘ସୁରଭି’ ଓ କଳା ଉତ୍ସବରେ ଅଂଶଗ୍ରହଣ କରିବେ ବୋଲି ସୂଚନା ମିଳିଛି । ଉଦଯାପନୀ ଉତ୍ସବରେ ଅତିଥି ଭାବେ ଧର୍ମଗଡ଼ ଉପଜିଲ୍ଲାପାଳ ବେଦଭୂଷଣ, ଡିଇଓ ସୁଶାନ୍ତ ଚୋପଦାର, ଏଡିଇଓ ଟେମଲାଲ ଦୁବେ, ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ମନୋଜ ବେହେରା, ନର୍ଲା ବିଇଓ ତପିମଣି ଜାନୀ, ଗୋଲାମୁଣ୍ଡା ବିଇଓ ନବକିଶୋର ସାହୁ, ପିଇଆଇ ମହେନ୍ଦ୍ର ପଣ୍ଡା, ଡିଏସ୍ଏସ୍ ଦୁଷ୍ମନ୍ତ ଶେଖର ପାଢ଼ୀ, ସମଗ୍ର ଶିକ୍ଷା ଜିଲ୍ଲା ପେଡାଗୋଜି ସଂଯୋଜିକା ଶ୍ରଦ୍ଧାଞ୍ଜଳି ଦାଶ ପ୍ରମୁଖ ଅତିଥି ଭାବେ ଯୋଗ ଦେଇଥିଲେ । ସଭା ପରିଚାଳନା କରିଥିଲେ ଶିକ୍ଷକ ଡିଲେଶ୍ୱର ରଣା । ସାଂସ୍କୃତିକ କାର୍ଯ୍ୟକ୍ରମକୁ ସରିଆଁ ସିଆରସିସି ସୁଧୀର କୁମାର ଧଙ୍ଗଡ଼ାମାଝୀ, ବାପୁଜୀ ସିଆରସିସି ମିନତୀ କୁମାରୀ ପ୍ରଧାନ ଓ ଶିକ୍ଷକ ସଂଜୀବ ପାଢ଼ୀ ପରିଚାଳନା କରିଥିଲେ । କାର୍ଯ୍ୟକ୍ରମରେ ସମଗ୍ର ଶିକ୍ଷା ଜିଲ୍ଲା ପ୍ରକଳ୍ପ କାର୍ଯ୍ୟାଳୟର ସୌମେନ୍ଦ୍ର ପଟ୍ଟନାୟକ, ପ୍ରଭାତ ସାହୁ, କେ.ଲଳିତ ମୋହନ, ଜିଲ୍ଲା ଶିକ୍ଷା କାର୍ଯ୍ୟାଳୟର ଟଙ୍କଧର ସାହୁ, ଜିତେନ୍ଦ୍ର ମୁଣ୍ଡ, ସିଆରସିସି ଅଜିତ ପଧାନ, ସନ୍ତୋଷ ଆଚାର୍ଯ୍ୟ, ଶିକ୍ଷକ ଆଲେକଜାଣ୍ଡାର୍ ଫିଲିପ୍, ମନୋଜ ପଣ୍ଡା, ବିରଞ୍ଚି ନାରାୟଣ ମୁଣ୍ଡ, ଜିତେନ୍ଦ୍ର ବିଶ୍ବାଳ, ମନୋଜ ସାହୁ, ଯୁଗେଶ୍ୱର ମାଝୀ, ସମସ୍ତ ସିଆରସିସି ଓ ଶିକ୍ଷକ ଶିକ୍ଷୟିତ୍ରୀ ସହଯୋଗ କରିଥିଲେ ।





