ଦେବଗିରି ଯୁବ ସମ୍ମାନ-୨୦୨୨ ପାଇଲେ ଡିଲେଶ୍ବର ରଣା

ଓଡ଼ିଆ ବାର୍ତ୍ତା/ କଳାହାଣ୍ଡି (ଲିଙ୍ଗରାଜ ମିଶ୍ର): ଉଦୀୟମାନ ଯୁବ ଲେଖକ ତଥା ଅଭିନେତା ଡିଲେଶ୍ୱର ରଣା ରାଜ୍ୟସ୍ତରୀୟ କୁମାରସ୍ବାମୀ ମହୋତ୍ସବ ଅବସରରେ ‘ଦେବଗିରି ଯୁବ ସମ୍ମାନ’ରେ ସମ୍ମାନିତ ହୋଇଛନ୍ତି। ଶ୍ରୀ ରଣା ଗଳ୍ପ ଓ କବିତା ରଚନା ସହ ଅଭିନୟ, ସାହିତ୍ୟ ସଂଗଠନ ଆଦିରେ ସକ୍ରିୟ ରହିଛନ୍ତି। ତାଙ୍କର ଗଳ୍ପ ସଂକଳନ ‘ସେଁର୍‌ରା’ ବିପୁଳ ପାଠକୀୟତା ଲାଭ କରିଥିବା ବେଳେ ନିକଟ ଅତୀତରେ ନେସନାଲ୍ ବୁକ୍ ଟ୍ରଷ୍ଟ ଦ୍ୱାରା ଉପନ୍ୟାସ ‘ମେଳିଭୂଇଁ’ ପ୍ରକାଶିତ ହୋଇଛି। ସାହିତ୍ୟ ସାଧନା ପାଇଁ ସେ ପିଏମ୍ ୟୁବା ମେଣ୍ଟରସିପ୍, କଥା ନବପ୍ରତିଭା ପୁରସ୍କାର, କାଦମ୍ବିନୀ ଗଳ୍ପ ଉନ୍ମେଷ ପୁରସ୍କାର, ତପସ୍ୟା ସମ୍ଭାବନା ପୁରସ୍କାର, ପଲ୍ଲବନ ଶବ୍ଦ ସମ୍ମାନ ପାଇବା ସହ କେନ୍ଦ୍ର ସାହିତ୍ୟ ଏକାଡେମୀର ‘ଯୁବସହିତି’ କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରିସାରିଛନ୍ତି। ସେହିପରି ଦେଶର ବିଭିନ୍ନ ମଞ୍ଚରେ ଅଭିନୟ କରିବା ସହ ବଲିଉଡ ଫିଲ୍ମ ‘ଏ ରେଡ୍ ଶାର୍ଟ’ରେ ଅଭିନେତା ରଘୁବୀର ଯାଦବଙ୍କ ସହ ଅଭିନୟ କରିଛନ୍ତି। ସଂପ୍ରତି ଜିଲ୍ଲା ଶିକ୍ଷା ବିଭାଗର ଜନଜାତି ସାଧନ କେନ୍ଦ୍ରରେ କାର୍ଯ୍ୟରତ ଡିଲେଶ୍ବର ଗ୍ଲୋବାଲ୍ ଲାଇଫରେଚର୍ ଫାଉଣ୍ଡେସନର ଆବାହକ ଅଛନ୍ତି।
କଳାହାଣ୍ଡି ଜିଲ୍ଲା ନର୍ଲା ବ୍ଲକ ଅନ୍ତର୍ଗତ ବୁଢୀପଦର ଠାରେ ଦେବଗିରି ସାଂସ୍କୃତିକ ଅନୁଷ୍ଠାନର ୩୦ତମ ବାର୍ଷିକ ଉତ୍ସବ ତଥା ରାଜ୍ୟସ୍ତରୀୟ କୁମାରସ୍ୱାମୀ ମହୋତ୍ସବର ଉଦଜାପନି ସନ୍ଧ୍ୟାର ମୁଖ୍ୟ ଅତିଥି ନର୍ଲା ବିଧାୟକ ଭୁପିନ୍ଦର ସିଂଙ୍କ ସମେତ ମହୋତ୍ସବର ବିଶିଷ୍ଟ ଅତିଥି ମହାବୀର ସାଂସ୍କୃତିକ ଅନୁଷ୍ଠାନର ସଭାପତି ଜୟନ୍ତ ବେହେରା, ସ୍ବତନ୍ତ୍ର ଅତିଥି  କଳାହାଣ୍ଡି ବିଶ୍ବ ବିଦ୍ୟାଳୟର କୁଳପତି ପ୍ରଫେସର ସଞ୍ଜୟ କୁମାର ସତପଥି, ମୁଖ୍ୟ ବକ୍ତା କଳାହାଣ୍ଡି ବିଶ୍ବ ବିଦ୍ୟାଳୟ ପିଜି କାଉନସିଲ ଚେୟାରମେନ ମେଜର୍ ଡ. ଜୟଦେବ ସାହୁ, ସମ୍ମାନିତ ଅତିଥି ଡ଼. ନୃପରାଜ ସାହୁ, ଓଡିଶା ସଂଗୀତ ନାଟକ ଏକାଡେମୀ ସଦସ୍ୟ ଧ୍ୟାନାନନ୍ଦ ପଣ୍ଡା, ବିଶିଷ୍ଟ ଉଦ୍ୟୋଗପତି ସୁମିତ କୁମାର ଅଗ୍ରୱାଲ, ଦେବଗିରି ସାଂସ୍କୃତିକ ଅନୁଷ୍ଠାନର ମୁଖ୍ୟ ଉପଦେଷ୍ଟା ବିଜୟ କୁମାର ଧଙ୍ଗଡାମାଝୀ, ସଭାପତି ସଞ୍ଜୟ କୁମାର ଧଙ୍ଗଡାମାଝୀ, ଯୁଗ୍ମ ସମ୍ପାଦକ ସୁଧୀର ଧଙ୍ଗଡ଼ାମାଝୀ ପ୍ରମୁଖ ଉପସ୍ଥିତ ରହି ଡିଲେଶ୍ବର ରଣାଙ୍କୁ ଦେବଗିରି ଯୁବ ସମ୍ମାନରେ ସମ୍ମାନୀତ କରିଥିଲେ।

Omkar Vasthu
Omkar Vasthu

Pearl dental clinic
Near Ashish Medical Store, Bhawanipatna

Udyog Nursery
Udyogi Nursery
Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.