ପଞ୍ଚାୟତସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର

ଓଡ଼ିଆ ବାର୍ତ୍ତା/ କୋକସରା (ହିରଣ୍ୟ ବେହେରା): କଳାହାଣ୍ଡି ଜିଲ୍ଲା କୋକସରା ବ୍ଳକ ମାଝିଗୁଡା ପଞ୍ଚାୟତ କାର୍ଯ୍ୟାଳୟରେ ସୋମବାର ଯୁଗ୍ମ ଅଭିଯୋଗ ଶୁଣାଣୀ ଓ ସମାଧାନ ଶିବିର ଅନୁଷ୍ଠିତ ହୋଇଛି। ସରପଞ୍ଚ ମମି ବାଗଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଶିବିରରେ କୋକସରା ବିଡ଼ିଓ ଉତ୍ତମ କୁମାର ବାଗ, ତହସିଲଦାର ଦେବବ୍ରତ କରାଟି, ଗ୍ରାମ ପଞ୍ଚାୟତ ସଂପ୍ରସାରଣ ଅଧିକାରୀ ନାରାୟଣ ଭୋଇ, ବ୍ଳକ ଯୋଗାଣ ନିରିକ୍ଷକ ଜଗାରାମ ମୁର୍ମୁ, ଗୋଷ୍ଠୀ କୃଷି ଅଧିକାରୀ ହେମାନନ୍ଦ ମାଝୀ, ସମାଜ ମଙ୍ଗଳ ଅଧିକାରୀ ଦାମୋଦର ବିଶ୍ବାଳ, ସାମାଜିକ ସୁରକ୍ଷା ଅଧିକାରୀ ଦିପକ କୁମାର ବେହେରା, ବିପିଏ ସମ୍ଭୁ ପ୍ରଶାଦ ମୁଣ୍ଡ ସମେତ ଅନ୍ୟ ବିଭାଗୀୟ ଅଧିକାରୀ ପ୍ରମୁଖ ଉପସ୍ଥିତ ରହି ଅଭିଯୋଗ ନେଇ ଆସିଥିବା ହିତାଧିକାରୀଙ୍କ ଆବାସ ଘର, ରାସନ କାର୍ଡ, ଭତ୍ତା, ଜମି ମରାମତି ଭଲି ଅନ୍ୟାନ୍ୟ ଅଭିଯୋଗ ଓ ସମସ୍ୟା ଉପରେ ଅଭିଯୋଗ ଶୁଣିବା ସହ ସମାଧାନ କରିବା ଦିଗରେ ପ୍ରୟାସ କରାଯିବା ନେଇ ପ୍ରତିଶ୍ରୁତି ଦେଇଛନ୍ତି। ପଞ୍ଚାୟତର ବିଭିନ୍ନ ଗ୍ରାମରୁ ଆବାସ ଗୃହ ୫୬୫, ମନରେଗାରେ ୬୯, ଭତ୍ତା ୪୪, ରାସନ୍ ୨୬, ଓଏଲଏମ ୨, ଆର ଡବ୍ଲୁଏସଏସ ୪ ଜଣ ମିଶି ଶିବିରରେ ମୋଟ ୭୧୦ ଆବେଦନ ଓ ଅଭିଯୋଗ ହୋଇଥିଲା। ପଞ୍ଚାୟତ କାର୍ଯ୍ୟ ନିର୍ବାହୀ ଅଧିକାରୀ ଭବିଷ୍ୟତ ପଟେଲ ଶିବିର କୁ ପରିଚାଳନା କରିଥିଲେ। ଗ୍ରାମ ରୋଜଗାର ସେବକ କର୍ପୁର ନାଏକ ସମେତ ପଞ୍ଚାୟତ କର୍ମୀଚାରୀ ପ୍ରମୁଖ ଉପସ୍ଥିତ ରହି କାର୍ଯ୍ୟକ୍ରମ ପରିଚାଳନାରେ ସହଯୋଗ କରିଥିଲେ।

Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.