ବିଦ୍ୟୁତ କଲୋନୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଅଭିଭାବକ ଓ ଶିକ୍ଷକ ସମ୍ମିଳନୀ

ଓଡ଼ିଆ ବାର୍ତ୍ତା/ ରାୟଗଡା (ଶିବ ନାରାୟଣ ଗୈାଡ): ରାୟଗଡା ଜିଲ୍ଲା ସଦର ମହକୁମା ସ୍ଥିତ ବିଦ୍ୟୁତ କଲୋନୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଅଭିଭାବକ ଓ ଶିକ୍ଷକ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି । ଉକ୍ତ ବୈଠକରେ ବିଦ୍ୟାଳୟର ୧୨୨ଜଣ ଅଭିଭାବକ ଅଂଶଗ୍ରହଣ କରିଥିଲେ । ବିଦ୍ୟାଳୟର ପ୍ରଧାନଶିକ୍ଷକ ନରେଶ ସିଂଙ୍କ ସଭାପତିତ୍ୱରେ ଅନୁଷ୍ଠିତ ବୈଠକରେ ନରସିଂହ ବିଡିକା ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଛାତ୍ରଛାତ୍ରୀଙ୍କ ଉଜ୍ୱଳ ଭଵିଷ୍ୟତ ଉପରେ ମତ ପ୍ରକାଶ କରିଥିଲେ ।

Omkar Vasthu
Omkar Vasthu

Pearl dental clinic
Near Ashish Medical Store, Bhawanipatna

ସମ୍ମାନୀୟ ଅତିଥି ଭାବେ ଅତିରିକ୍ତ ଗୋଷ୍ଠି ଶିକ୍ଷାଧିକାରୀ ଛବିଲାଲ ସିଂ ଯୋଗ ଦେଇଥିବା ବେଳେ ଶିକ୍ଷୟତ୍ରୀ ଶ୍ରୀମତି ସରୋଜିନି ପାଢୀ ଓ ଶ୍ରୀମତି ସୁନୀତା ପାଢୀ ସଭା କାର୍ଯ୍ୟକ୍ରମ ପରିଚାଳନା କରିଥିଲେ । ସଭାରେ ସରକାରଙ୍କ ତରଫରୁ ବିଭିନ୍ନ ପ୍ରକାର ଯୋଜନା କାର୍ଯ୍ୟକାରୀ କରିବା ଦିଗରେ ଏବଂ ଏଲପିଆର ଓ ଏଫଏଲଏନ ବିଷୟରେ ଅଭିଭାବକମାନଙ୍କ ସହ ପୁଙ୍ଖାନୁପୁଙ୍ଖ ଭାବରେ ଆଲୋଚନା ହୋଇଥିଲା । ଏହି ଅବସରରେ ଜିଲ୍ଲାସ୍ତରୀୟ ସୁରଭୀ କାର୍ଯ୍ୟକ୍ରମର କୁଇଜ ପ୍ରତିଯୋଗିତାରେ କନିଷ୍ଠ ବର୍ଗରେ ଭାଗ ନେଇ ପ୍ରଥମ ସ୍ଥାନ ଅଧିକାର କରିଥିବା ସପ୍ତମ ଶ୍ରେଣୀ ଛାତ୍ରୀ କୁମାରୀ ପ୍ରଭାତି ଖୁଣ୍ଟିଆ ଓ ବିଶ୍ୱ ମୃତ୍ତିକା ଦିବସ କାର୍ଯ୍ୟକ୍ରମରେ ଅନୁଷ୍ଠିତ ଜିଲ୍ଲାସ୍ତରୀୟ ବକୃତା କନିଷ୍ଠ ବର୍ଗ ପ୍ରତିଯୋଗିତାରେ ପ୍ରଥମ ସ୍ଥାନ ଅଧିକାର କରିଥିବା ସପ୍ତମ ଶ୍ରେଣୀ ଛାତ୍ର କ୍ରୀଷ୍ଣା ରାଉତଙ୍କୁ ସମ୍ମାନିତ କରାଯାଇଥିଲା ।

Udyog Nursery
Udyogi Nursery

ମୁଖ୍ୟ ଅତିଥି ଓ ସମ୍ମାନୀୟ ଅତିଥି ପିଲାମାନଙ୍କୁ ଘରେ କିପରି ଅନୁକରଣ କରିବେ ଅଭିଭାବକମାନଙ୍କୁ ବୁଝାଇଥିଲେ । ବିଦ୍ୟାଳୟର ଶିକ୍ଷକ ଉତ୍ତମ ଜେନା,ଶିକ୍ଷୟତ୍ରୀ ପୁଷ୍ପଲତା ସେଠୀ,ବିନ୍ଦୁଲତା ପଣ୍ଡା,ରୁନତି ସାହୁ ପ୍ରମୁଖ କାର୍ଯ୍ୟକ୍ରମ ପରିଚାଳନାରେ ସହଯୋଗ କରିଥିବା ବେଳେ ଶ୍ରୀ ଜେନା ଧନ୍ୟବାଦ ଅର୍ପଣ କରିଥିଲେ ।

Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.