ଓଡ଼ିଆ ବାର୍ତ୍ତା/ ଭବାନୀପାଟଣା (ଅଲତାଫ ଅଲ୍ଲି ଖାଁ): କଳାହାଣ୍ଡି ଜିଲ୍ଲା ଭବାନୀପାଟଣା ନିକଟସ୍ଥ ରିଷିଗାଁ ସରକାରୀ ଉଚ୍ଚ ବିଦ୍ୟାଳୟ ଖେଳ ପଡିଆରେ ଦୁଇଦିନ ଧରି ଚାଲିଥିବା ବାର୍ଷିକ କ୍ରିଡ଼ା ଉତ୍ସବ ଉଦଜାପିତ ହୋଇଯାଇଛି। ପ୍ରଧାନ ଶିକ୍ଷୟିତ୍ରୀ ଅନୀତା ମହାନ୍ତିଙ୍କ ଅଧ୍ୟକ୍ଷତାରେ ଆୟୋଜିତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ମହେନ୍ଦ୍ର କୁମାର ପଣ୍ଡା, ସମ୍ମାନିତ ଅତିଥି ଭାବେ ସୁନିଲ ଚନ୍ଦ୍ର ବେହେରା, ସଂଜୟ କୁମାର ମିଶ୍ର, ସ୍ଥାନୀୟ ସରପଞ୍ଚ ବିନୋଦିନୀ ବେହେରା, ବିଦ୍ୟାଳୟ ପରିଚାଳନା କମିଟି ସଭାନେତ୍ରୀ ନିର୍ମଳା ନାଏକ ପ୍ରମୁଖ ଉପସ୍ଥିତ ରହି ପ୍ରତିଯୋଗୀମାନଙ୍କୁ ଉତ୍ସାହିତ କରିଥିଲେ।
ବିଦ୍ୟାଳୟର ବିଜ୍ଞାନ ଶିକ୍ଷକ ଚ଼ନ୍ଦନ କୁମାର ସଭା ସଂଯୋଜନା କରିଥିବା ବେଳେ ଶେଷରେ ବରିଷ୍ଠ ଶିକ୍ଷକ ମନୋଜ କୁମାର ପଣ୍ଡା ଧନ୍ୟବାଦ ଅର୍ପଣ କରିଥିଲେ। କ୍ରିଡ଼ା ଉତ୍ସବରେ ଲମ୍ବ ଡିଆଁ, ଉଚ୍ଚ ଡିଆଁ, ଦୈ।ଡ଼, ସଟପୁଟ, ଡିସକସ ଥ୍ରୋ ଆଦି ବିଭିନ୍ନ ପ୍ରକାର ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା। ଏଥିରେ ଛାତ୍ରଛାତ୍ରିମାନେ ସକ୍ରିୟ ଅଂଶ ଗ୍ରହଣ କରିଥିଲେ। କ୍ରିଡ଼ା ପରିଚାଳନାରେ ବିଦ୍ୟାଳୟର ଶିକ୍ଷକ ଶିକ୍ଷୟିତ୍ରୀମାନେ ସହଯୋଗ କରିଥିଲେ।