କୋଟିଏ ଟଙ୍କାର ସରକାରୀ ଅନୁଦାନ ଚଳୁ କରିବା ପଡିଲା ମହଙ୍ଗା: ନିଳମ୍ବିତ ହେଲେ ପାହାଡପଦର ପିଇଓ

ଓଡ଼ିଆ ବାର୍ତ୍ତା/ କଳାହାଣ୍ଡି (ନିଲେଶ କୁମାର ନାଗ): ଲାଞ୍ଜିଗଡ଼ ବ୍ଲକ ପାହାଡପଦର ଗ୍ରାମପଞ୍ଚାୟତର ତତ୍କାଳୀନ ନିର୍ବାହୀ ଅଧିକାରୀ ଦେବାନନ୍ଦ ସାଗର ବ୍ୟାପକ ପରିମାଣର ସରକାରୀ ଅନୁଦାନ ରାଶି ହଡପ କରିଥିବା ନେଇ ଅଭିଯୋଗ ପ୍ରମାଣିତ ହେବା ପରେ କଳାହାଣ୍ଡି ଜିଲ୍ଲାପାଳ ପି. ଅନ୍ୱେଷା ରେଡ୍ଡୀ ଆଜି ତାଙ୍କ ବିରୋଧରେ ନେଇଛନ୍ତି କଠୋର କାର୍ଯ୍ୟାନୁଷ୍ଠାନ । ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ପତ୍ର ସଂଖ୍ୟା ୨୦୪୩ ଆଜିର ତାରିଖ ଅନୁଯାୟୀ, ଶ୍ରୀ ସାଗରଙ୍କୁ ନିଲମ୍ବନ କରାଯାଇଥିବା ଜଣାପଡିଛି । ସରପଞ୍ଚ ଲକ୍ଷ୍ମଣ ମାଝୀଙ୍କ ଜାଲ୍ ଦସ୍ତଖତ କରି ସେ ୪୭ ଲକ୍ଷ ୧୭ ହଜାର ୯୭୯ ଟଙ୍କା ଆତ୍ମସାତ କରିଥିବା ଅଭିଯୋଗ ହୋଇଥିଲା । ଏନେଇ ସରପଞ୍ଚ ଓ ସମିତିସଭ୍ୟଙ୍କ ଅଭିଯୋଗ ପରେ ଲାଞ୍ଜିଗଡ଼ ଏବିଡିଓ ବିଭୁତିଭୂଷଣ ଶତପଥି, ଜିପିଇଓ ସରୋଜ କୁମାର ପ୍ରଧାନଙ୍କ ନେତୃତ୍ୱରେ ପ୍ରଶାସନିକ ତଦନ୍ତ ହୋଇସାରିଛି । ଏହି ରିପୋର୍ଟ ଆଧାରରେ ଶ୍ରୀ ସାଗରଙ୍କୁ ନିଲମ୍ବନ କରାଯାଇଥିବାବେଳେ କେବଳ ଲାଞ୍ଜିଗଡ ବ୍ଲକର ପାହାଡପଦର ନୁହେଁ ଥୁଆମୁଳ ରାମପୁର ବ୍ଲକରେ ମଧ୍ୟ ସେ ଏପରି କାରନାମା କରିବା ସହିତ ୫୮ ଲକ୍ଷ ୭୨ ହଜାର ୬୧୬ ଟଙ୍କା ହଡପ କରିଥିବା ଅଭିଯୋଗ ଏବେ ସାମ୍ନାକୁ ଆସିଛି । ତେବେ ଉଭୟ ବ୍ଲକରେ ସରକାରୀ ଅନୁଦାନ ଚଳୁ କରିବା ଅଭିଯୋଗରେ ଦେବାନନ୍ଦଙ୍କୁ ନିଲମ୍ବନ କରାଯାଇଛି । ସେହିପରି ନିଲମ୍ବନ ସମୟ ମଧ୍ୟରେ ସେ ଭବାନୀପାଟଣା ଉପ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ଉପସ୍ଥିତ ରହିବେ ବୋଲି ଜିଲ୍ଲାପାଳଙ୍କ ଦ୍ୱାରା ନିର୍ଦ୍ଦେଶ ଜାରି କରାଯାଇଛି ।

Omkar Vasthu
Omkar Vasthu

Pearl dental clinic
Near Ashish Medical Store, Bhawanipatna

Udyog Nursery
Udyogi Nursery
Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.