ଭବାନୀପାଟଣାଠାରେ ଜିଲ୍ଲାସ୍ତରୀୟ ଯୋଗ ପ୍ରତିଯୋଗିତା ଅନୁଷ୍ଠିତ

ଓଡ଼ିଆ ବାର୍ତ୍ତା/ ଭବାନୀପାଟଣା (ଅଲତାଫ ଅଲ୍ଲି ଖାଁ): ଭବାନୀପାଟଣା ସ୍ଥିତ ବ୍ରଜମୋହନ ଉଚ୍ଚ ବିଦ୍ୟାଳୟ ପରିସରରେ ଜିଲ୍ଲା ଶିକ୍ଷା ବିଭାଗ ଆନୁକୂଲ୍ୟରେ ଜିଲ୍ଲାସ୍ତରୀୟ ଯୋଗ ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି। ଏଥିରେ ୧୩ଟି ବ୍ଳକର ବିଭିନ୍ନ ବିଦ୍ୟାଳୟରୁ ୧୪ ବର୍ଷରୁ କମ୍ ଓ ୧୭ ବର୍ଷରୁ କମ୍ ବର୍ଗର ବାଳକ ବାଳିକା ବିଭାଗର ଛାତ୍ରଛାତ୍ରୀ ଭାଗନେଇଥିଲେ। ଏହି ଅବସରରେ ବ୍ରଜମୋହନ ଉଚ୍ଚ ବିଦ୍ୟାଳୟର ପ୍ରଧାନଶିକ୍ଷକ ଷଷ୍ଠୀ ଝାଙ୍କରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଅତିରିକ୍ତ ଜିଲ୍ଲା ଶିକ୍ଷା ଅଧିକାରୀ ଟେମଲାଲ ଦୁବେ, ସମ୍ମାନିତ ଅତିଥି ଭାବେ ବୋର୍ଡା ଉଚ୍ଚ ବିଦ୍ୟାଳୟର ପ୍ରଧାନଶିକ୍ଷକ ପ୍ରକାଶ ଚନ୍ଦ୍ର ନିଶଙ୍କ, ତିଲଯୋଡି ଉଚ୍ଚ ବିଦ୍ୟାଳୟର ପ୍ରଧାନଶିକ୍ଷକ ବିଜୟାନନ୍ଦ ହୋତା, ଟାଉନ ହାଇସ୍କୁଲ ପ୍ରଧାନଶିକ୍ଷକ ଗୋରେଖ ସାହୁ, ଜିଲ୍ଲା ବିଜ୍ଞାନ ପର୍ଯ୍ୟବେକ୍ଷକ ଦୁଷ୍ମନ୍ତ ପାଢ଼ୀ, ଆଇ.ପି.ଇ ମହେନ୍ଦ୍ର କୁମାର ପଣ୍ଡା ଯୋଗ ଦେଇଥିବାବେଳେ ସନ୍ତୋଷ କୁମାର ପାଣିଗ୍ରାହୀ ମଂଚ ପରିଚାଳନା ଓ ଧନ୍ୟବାଦ ଅର୍ପଣ କରିଥିଲେ। ଏହି କାର୍ଯ୍ୟକ୍ରମରେ ନମିତା ରଣା, ଅଶ୍ଵିନ ପ୍ରଧାନ, ରୂପସିଂ ରାଉତ, କୃପାସିନ୍ଧୁ ପଟେଲ, ସଂଜୟ ମିଶ୍ର, ମୁରଲୀ ଦୀପ, ସୁନିତା ସିଂ, ଧରିତ୍ରୀ ବିଷୋୟୀ, ତୁମେଶ୍ବର ଶବର ପ୍ରମୁଖ ସହୋଯୋଗ କରିଥିଲେ। ପ୍ରତିଯୋଗିତାରେ ଉତ୍ତୀର୍ଣ୍ଣ ହୋଇଥିବା ୧୬ଜଣ ଛାତ୍ରଛାତ୍ରୀ ରାଜ୍ୟସ୍ତରୀୟ ପ୍ରତିଯୋଗିତାରେ ଭାଗନେବେ ବୋଲି ଆଇ.ପି.ଇ ଶ୍ରୀ ପଣ୍ଡା ସୂଚନା ଦେଇଛନ୍ତି।

Omkar Vasthu
Omkar Vasthu

Pearl dental clinic
Near Ashish Medical Store, Bhawanipatna

Udyog Nursery
Udyogi Nursery
Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.