ସାଧାରଣ ବିଦ୍ୟାଳୟରେ ସ୍ଥାୟୀ ସ୍ବତନ୍ତ୍ର ଶିକ୍ଷକ ନିଯୁକ୍ତି ଦାବି

ଓଡ଼ିଆ ବାର୍ତ୍ତା/ ବାଣପୁର: ଦିବ୍ୟାଙ୍ଗ ବିଦ୍ୟାର୍ଥୀ ମାନେ ସାଧାରଣ ବିଦ୍ୟାଳୟ ରେ ଶିକ୍ଷା ଗ୍ରହଣ କରୁଛନ୍ତି।ଦିବ୍ୟାଙ୍ଗ ଛାତ୍ରଛାତ୍ରୀ ମାନଙ୍କ ଶିକ୍ଷା ପାଇଁ ମାନ୍ୟବର ଉଚ୍ଚତମ ନ୍ୟାୟାଳୟ ଡବ୍ଲୁ.ପି (ସି) ୧୩୨; ୨୦୧୬ ତା: ୨୮/୧୦/୨୦୨୧ ରେ ଏକ ରାୟ ର ଶୁଣାଣି କରି ପ୍ରତ୍ୟେକ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳର ପ୍ରତ୍ୟେକ ସାଧାରଣ ବିଦ୍ୟାଳୟରେ ଜଣେ ଜଣେ ସ୍ବତନ୍ତ୍ର ଶିକ୍ଷକ ନିଯୁକ୍ତି ଦେବାକୁ ନିର୍ଦ୍ଦେଶ ଦେଇଥିଲେ। ପୁନଶ୍ଚ ୨୧.୦୭.୨୦୨୨ ତାରିଖ ଦିନ ଏହି କେସର ଶୁଣାଣି କରି ଆଦେଶ କଲେ ଯେ,ପ୍ରାଥମିକ ବିଦ୍ୟାଳୟରେ ୧୦ ଜଣ ଦିବ୍ୟାଙ୍ଗ ଛାତ୍ର ଛାତ୍ରୀ ଙ୍କ ପାଇଁ ୧ ଜଣ ସ୍ବତନ୍ତ୍ର ଶିକ୍ଷକ ଓ ଉଚ୍ଚ ପ୍ରାଥମିକ,ମାଧ୍ୟମିକ,ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ରେ ୧୫ ଜଣ ଦିବ୍ୟାଙ୍ଗ ଛାତ୍ରଛାତ୍ରୀ ଙ୍କ ପାଇଁ ୧ ଜଣ ସ୍ବତନ୍ତ୍ର ଶିକ୍ଷକ ନିଯୁକ୍ତି ପାଇଁ ସ୍ଥିର କରିଛନ୍ତି ଏବଂ ଯଦି ଗୋଟିଏ ବିଦ୍ୟାଳୟରେ ଗୋଟିଏ ବି ଭିନ୍ନକ୍ଷମ ପିଲା ଅଛି ସେଠି ଜଣେ ସ୍ୱତନ୍ତ୍ର ଶିକ୍ଷକ ନିଯୁକ୍ତି ପାଇଁ ଆଦେଶ କରିଥିଲେ।ଓଡ଼ିଶାର ପ୍ରତ୍ୟେକ ସାଧାରଣ ବିଦ୍ୟାଳୟ ରେ ସ୍ଥାୟୀ ସ୍ବତନ୍ତ୍ର ଶିକ୍ଷକ ନିଯୁକ୍ତି ଦାବିରେ ଆଜି ଓଡ଼ିଶା ସ୍ପେସିଆଲ୍ ଏଜୁକେଟର ଫେଡ଼େରସନ ଫର ଦିବ୍ୟାଙ୍ଗ(ଓଏସ୍ଇଏଫଡ଼ି) ଖୋର୍ଦ୍ଧା ଜିଲ୍ଲା ଶାଖା ପକ୍ଷରୁ ରାଜ୍ୟ ଆଇଟି ସେଲ୍ ସଂଯୋଜକ ବିଶ୍ବବିଜୟୀ ଦାଶ, ପିନାରାଣୀ ବିଷୋୟୀ, ଶ୍ରେୟାଶ୍ରୀ ଦାଶ, ରଶ୍ମିତା ସେଠୀ, ଝୁଲୁ ବିଷୋୟୀ, ଦିଲ୍ଲୀପ ବେହେରା ବାଣପୁର ବ୍ଲକ ବି.ଡ଼ି.ଓ ମହୋଦୟାଙ୍କ ଜରିଆରେ ମାନନୀୟ ମୁଖ୍ୟ ଶାସନ ସଚ଼ିବଙ୍କୁ ଦାବିପତ୍ର ପ୍ରଦାନ କରାଯାଇଛି। ଜଣେ ଦିବ୍ୟାଙ୍ଗ ବିଦ୍ୟାର୍ଥୀ ମଧ୍ୟ ଏକ ସାଧାରଣ ବିଦ୍ୟାର୍ଥୀ ପରି ସମାନ ଶିକ୍ଷା ପାଇବାର ଆବଶ୍ୟକତା ଏବଂ ଅଧିକାର ରହିଛି। ପ୍ରତ୍ୟେକ ସାଧାରଣ ବିଦ୍ୟାଳୟ ରେ ସ୍ଥାୟୀ ସ୍ବତନ୍ତ୍ର ଶିକ୍ଷକ ନିଯୁକ୍ତି ଯଥାଶୀଘ୍ର ବାହାର କରିବା ପାଇଁ ସଂଘ ପକ୍ଷରୁ ରାଜ୍ୟ ସରକାରଙ୍କୁ ବିନମ୍ର ନିବେଦନ କରାଯିବା ସହ ଏହି ନିଯୁକ୍ତି ଦିଆଗଲେ ଦିବ୍ୟାଙ୍ଗ ବିଦ୍ୟାର୍ଥୀ ମାନେ ଉତ୍ତମ ଶିକ୍ଷା ପାଇ ସମାଜର ମୁଖ୍ୟସ୍ରୋତରେ ସାମିଲ୍ ହୋଇପାରିବା ସହ ଓଡ଼ିଶାରେ ୬୦୦୦ ରୁ ଉର୍ଦ୍ଦ୍ବ ଆଶାୟୀ ସ୍ବତନ୍ତ୍ର ଶିକ୍ଷକ ଶିକ୍ଷୟତ୍ରୀ ଉପକୃତ ହୋଇପାରିବେ।

Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.