କନ୍ଧମାଳ ଜିଲା ପ୍ରଶାସନ ଓ ଏମସିଏଲ୍‌‌ ମଧ୍ୟରେ ବୁଝାମଣା ପତ୍ର ସ୍ୱାକ୍ଷର

ଓଡ଼ିଆ ବାର୍ତ୍ତା/ କନ୍ଧମାଳ (ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ପ୍ରଶାସନ ଓ ମହାନଦୀ କୋଲଫିଲ୍ଡ ଲିମିଟେଡ଼୍‌‌ ମଧ୍ୟରେ ବିଭିନ୍ନ ଉନ୍ନୟନ ମୂଳକ କାର୍ଯ୍ୟପାଇଁ ଏକ ବୁଝାମଣା ପତ୍ର ସ୍ୱାକ୍ଷର କନ୍ଧମାଳ ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି। ଜିଲାରେ ସ୍ୱାସ୍ଥ୍ୟ ବିଭାଗ ଅନ୍ତର୍ଗତ ବିିଭିନ୍ନ ସ୍ୱାସ୍ଥ୍ୟ କେନ୍ଦ୍ରର ଉନ୍ନତିକରଣ ପାଇଁ ଏବଂ ଜିଲାର ୪୭ଟି ଅଙ୍ଗନୱାଡ଼ି କେନ୍ଦ୍ରର ପାନିୟ ଜଳ ଯୋଗାଣ ଓ ବିଦ୍ୟୁତ୍‌‌ ଯୋଗାଣ ପାଇଁ ଏହି ବୁଝାମଣା ସ୍ୱାକ୍ଷରିତ ହୋଇଥିବା ବେଳେ ଏହି ଅବସରରେ କନ୍ଧମାଳ ଜିଲାପାଳ ଆଶିଷ୍‌‌ ଇଶ୍ୱର ପାଟିଲ୍‌‌ ଏବଂ ଏମସିଏଲ୍‌‌ ଅଧିକାରୀ ମାନେ ଉପସ୍ଥିତ ଥିଲେ। ସ୍ୱାସ୍ଥ୍ୟ କେନ୍ଦ୍ରର ଉନ୍ନତି କରଣ ପାଇଁ ୮ କୋଟି ୫୪ ଲକ୍ଷ ଟଙ୍କା ଏବଂ ୪୭ଟି ଅଙ୍ଗନୱାଡ଼ି କେନ୍ଦ୍ର ଗୁଡ଼ିକରେ ଜଳ ଓ ବିଦ୍ୟୁତ୍‌‌ ଯୋଗାଣ ପାଇଁ ୧ କୋଟି ୭ ଲକ୍ଷ ଟଙ୍କା ଖର୍ଚ୍ଚ ହେବ ବୋଲି ବୁଝାମଣା ପତ୍ରରେ ଉଲ୍ଲେଖ ରହିଛି। ଏହି ବୁଝାମଣା ନେଇ ନିଜେ କନ୍ଧମାଳ ଜିଲାପାଳ ଟୁଇଟ୍‌‌ ମାଧ୍ୟମରେ ମଧ୍ୟ ଜଣାଇଛନ୍ତି। ଏହି ଅବସରରେ ସ୍ୱାସ୍ଥ୍ୟ ବିଭାଗ ଓ ଅନ୍ୟ ବିଭାଗର ଜିଲା ସ୍ତରୀୟ ଅଧିକାରୀ ମାନେ ଉପସ୍ଥିତ ଥିଲେ।

Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.