ଓଡ଼ିଆ ବାର୍ତ୍ତା/ ନୟାଗଡ଼: ଓଡ଼ିଶାର ପ୍ରତ୍ୟେକ ସାଧାରଣ ବିଦ୍ୟାଳୟରେ ସ୍ଥାୟୀ ସ୍ବତନ୍ତ୍ର ଶିକ୍ଷକ ନିଯୁକ୍ତି ଦାବିରେ ଓଡ଼ିଶା ସ୍ପେସିଆଲ୍ ଏଜୁକେଟର ଫେଡ଼େରସନ ଫର ଦିବ୍ୟାଙ୍ଗ (ଓଏସ୍ଇଏଫଡ଼ି) ନୟାଗଡ଼ ଜିଲ୍ଲା ଶାଖା ପକ୍ଷରୁ ଭାପୁର ବିଡ଼ିଓଙ୍କ ଜରିଆରେ ମୁଖ୍ୟ ଶାସନ ସଚ଼ିବଙ୍କୁ ଦାବିପତ୍ର ପ୍ରଦାନ କରାଯାଇଛି। ଏହି ଦାବିପତ୍ର ପ୍ରଦାନ ସମୟରେ ଜିଲ୍ଲାର ଆଇଟି ସେଲ୍ ସଂଯୋଜକ ପ୍ରଶାନ୍ତ କୁମାର ପାତାଳସିଂହ, ବ୍ଲକ୍ ଲିଡର ରାଜା ସ୍ୱାଇଁ ଉପସ୍ଥିତ ଥିଲେ। ଓଡ଼ିଶାର ପ୍ରତ୍ୟେକ ସାଧାରଣ ବିଦ୍ୟାଳୟରେ ସ୍ଥାୟୀ ସ୍ବତନ୍ତ୍ର ଶିକ୍ଷକ ନିଯୁକ୍ତି କରିବା ପାଇଁ ମାନ୍ୟବର ଉଚ୍ଚତମ ନ୍ୟାୟାଳୟଙ୍କ ନିର୍ଦେଶ ରହିଛି। ଜଣେ ଦିବ୍ୟାଙ୍ଗ ବିଦ୍ୟାର୍ଥୀ ମଧ୍ୟ ଏକ ସାଧାରଣ ବିଦ୍ୟାର୍ଥୀ ପରି ସମାନ ଶିକ୍ଷା ପାଇବାର ଆବଶ୍ୟକତା ଏବଂ ଅଧିକାର ରହିଛି। ପ୍ରତ୍ୟେକ ସାଧାରଣ ବିଦ୍ୟାଳୟରେ ସ୍ଥାୟୀ ସ୍ବତନ୍ତ୍ର ଶିକ୍ଷକ ନିଯୁକ୍ତି ଯଥାଶୀଘ୍ର ବାହାର କରିବା ପାଇଁ ସଂଘ ପକ୍ଷରୁ ରାଜ୍ୟ ସରକାରଙ୍କୁ ବିନମ୍ର ନିବେଦନ କରାଯିବା ସହ ଏହି ନିଯୁକ୍ତି ଦିଆଗଲେ ଦିବ୍ୟାଙ୍ଗ ବିଦ୍ୟାର୍ଥୀ ମାନେ ଉତ୍ତମ ଶିକ୍ଷା ପାଇ ସମାଜର ମୁଖ୍ୟସ୍ରୋତରେ ସାମିଲ୍ ହୋଇପାରିବା ସହ ଓଡ଼ିଶାରେ ୬୦୦୦ ରୁ ଉର୍ଦ୍ଦ୍ବ ଆଶାୟୀ ସ୍ବତନ୍ତ୍ର ଶିକ୍ଷକ ଶିକ୍ଷୟତ୍ରୀ ଉପକୃତ ହୋଇପାରିବେ।