ମହାଶକ୍ତି ଫାଉଣ୍ଡେସନ ତରଫରୁ ସପ୍ତମ ତଥା ଅନ୍ତିମ ପର୍ଯ୍ୟାୟ ପଞ୍ଚାୟତିରାଜ ପ୍ରତିନିଧି ମାନଙ୍କ ପ୍ରାରମ୍ଭିକ ପ୍ରଶିକ୍ଷଣ କାର୍ଯ୍ୟକ୍ରମ

• ମୁଖ୍ୟ ଅତିଥି ଭାବେ ଯୋଗଦେଲେ କଳାହାଣ୍ଡି ଜିଲ୍ଲା ପରିଷଦ ଅଧ୍ୟକ୍ଷ ପୁଷ୍ପେନ୍ଦ୍ର ସିଂହଦେଓ 

ଓଡ଼ିଆ ବାର୍ତ୍ତା/ କଳାହାଣ୍ଡି (ହେମନ୍ତ ସାହୁ): ରାଜ୍ୟ ଗ୍ରାମ୍ୟ ଉନ୍ନୟନ ପ୍ରତିଷ୍ଠାନ, ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗ ଓ ଜିଲ୍ଲା ପରିଷଦ କଳାହାଣ୍ଡି ସହାୟତାରେ ଅଗ୍ରଣୀ ସ୍ବେଚ୍ଛାସେବୀ ଅନୁଷ୍ଠାନ ମହାଶକ୍ତି ଫାଉଣ୍ଡେସନ ତରଫରୁ ମ.ରାମପୁର ବ୍ଲକର ଦେଢ଼ସୁଲି , କୁବେନ୍ ଗଡ, ସ।ଲେପ।ଲି ଓ ବାରବନ୍ଧା ଗ୍ରାମ ପଞ୍ଚାୟତର ୱାର୍ଡ ସଭ୍ୟ ସଭ୍ୟା ମାନଙ୍କ ତାଲିମ ଉଦଯାପିତ ହୋଇଯାଇଛି। ଉଦଯାପନୀ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଜିଲ୍ଲା ପରିଷଦ ଅଧ୍ୟକ୍ଷ ପୁଷ୍ପେନ୍ଦ୍ର ସିଂହଦେଓ ଯୋଗଦେଇ ତିନୋଟି ଗ୍ରାମ ପଞ୍ଚାୟତର ୩୨ ଜଣ ୱାର୍ଡ ମେମ୍ବର ଓ ନାଏବ ସରପଞ୍ଚ ମାନଙ୍କୁ ଉଦବୋଧନ ଦେଇଥିଲେ ଏବଂ ନିଜ ନିଜ ୱାର୍ଡ ଓ ଗ୍ରାମ ପଞ୍ଚାୟତର ସର୍ବାଙ୍ଗୀନ ବିକାଶ ପାଇଁ ଧ୍ୟାନ ଦେବେ ବୋଲି କହିଥିଲେ। ମୁଖ୍ୟ ଅତିଥି ପ୍ରତିଭାଗୀମାନଙ୍କୁ ସାର୍ଟିଫିକେଟ ପ୍ରଦାନ କରିଥିଲେ। ସଞ୍ଜୀବ ଶତପଥୀ ଓ ଦେବାଶିଷ ମହାପାତ୍ର ତିନି ଦିନ ଧରି ତାଲିମ ପ୍ରଦାନ କରିଥିଲେ। ମହାଶକ୍ତି ଫାଉଣ୍ଡେସନର କୋଷାଧ୍ୟକ୍ଷ ପ୍ରକାଶ ଚନ୍ଦ୍ର ସାହୁ ସଭାପତିତ୍ବ କରିବା ସହିତ ଟ୍ରେନିଂ ପରିଚାଳନା କରିଥିଲେ ଏବଂ ସମସ୍ତଙ୍କୁ ଧନ୍ୟବାଦ ଦେଇଥିଲେ। ମମିତା ପୁଝାରୀ, ପୂର୍ଣ୍ଣମୀ ବଗର୍ତ୍ତୀ, ଉତ୍କଳ ଓ ବଂଶୀଧର ରଣା ସହଯୋଗ କରିଥିଲେ।

Omkar Vasthu
Omkar Vasthu

Pearl dental clinic
Near Ashish Medical Store, Bhawanipatna

Udyog Nursery
Udyogi Nursery
Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.