ଚିଆଁପଦର ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଦୀକ୍ଷାନ୍ତ ସମାରୋହ

ଓଡ଼ିଆ ବାର୍ତ୍ତା/ କଳାହାଣ୍ଡି (ଲିଙ୍ଗରାଜ ମିଶ୍ର): ନର୍ଲା ବ୍ଲକ ଅନ୍ତର୍ଗତ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ, ଚିଆଁପଦର ଠାରେ ଅଷ୍ଟମ ଶ୍ରେଣୀର ଛାତ୍ରଛାତ୍ରୀଙ୍କ ପାଇଁ ଦୀକ୍ଷାନ୍ତ ସମାରୋହ ଅନୁଷ୍ଠିତ ହୋଇଯାଇଛି। ଉକ୍ତ ବୈଠକରେ ବିଦ୍ୟାଳୟର ପ୍ରଧାନଶିକ୍ଷକ ଜଗଦୀଶ ପ୍ରସାଦ ସାହୁ ସଭାପତିତ୍ବ କରିଥିଲାବେଳେ ମୁଖ୍ୟ ଅତିଥି ଭାବେ ସରିଆଁ ଆଞ୍ଚଳିକ ସାଧନ କେନ୍ଦ୍ର ସଂଯୋଜକ ସୁଧୀର କୁମାର ଧଙ୍ଗଡ଼ାମାଝୀ, ମୁଖ୍ୟ ବକ୍ତା ଭାବେ ଅବସରପ୍ରାପ୍ତ ଶିକ୍ଷକ ତଥା କଣ୍ଠଶିଳ୍ପୀ ନିର୍ମଳ ଚନ୍ଦ୍ର ଭୋଇଙ୍କ ସହ ବିଦ୍ୟାଳୟର ଶିକ୍ଷକ ବାବୁ ପାଢୀ, ଶିକ୍ଷୟିତ୍ରୀ କାଜଲ ପ୍ରିୟଦର୍ଶିନୀ ଏବଂ ବିଦ୍ୟାଳୟ ପରିଚାଳନା କମିଟି ସଦସ୍ୟ ଜବ୍ର ଶବର ପ୍ରମୁଖ ମଞ୍ଚାସୀନ ଥିଲେ। ଅତିଥିମାନେ ପିଲାମାନଙ୍କୁ ସମୟର ସଦ୍ ବ୍ୟବହାର ସହ କିପରି ଆଗାମୀ ଦିନରେ ସଫଳତା ପାଇହେବ ଏବଂ ବିଦ୍ୟାଳୟର ନାମ ରଖିହେବ, ସେ ବିଷୟରେ ମାର୍ଗଦର୍ଶନ କରିଥିଲେ। ଏହି ଅବସରରେ ଛାତ୍ରଛାତ୍ରୀମାନଙ୍କ ଦ୍ବାରା ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷିତ ହୋଇଥିଲା। ଶେଷରେ ବିଦାୟୀ ଛାତ୍ରଛାତ୍ରୀଙ୍କୁ ବିଦ୍ୟାଳୟ ତରଫରୁ ଖାତା କଲମ ଆର୍ଶୀବାଦ ସ୍ବରୂପ ପ୍ରଦାନ କରାଯାଇଥିଲା। ଏଥିରେ ବିଦ୍ୟାଳୟ ପରିଚାଳନା କମିଟିର ସଦସ୍ୟ ସଦସ୍ୟା ତଥା ଛାତ୍ରଛାତ୍ରୀମାନେ ସାହାଯ୍ୟ କରିଥିଲେ।

Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.