ବଙ୍ଗୋପ ସାଗରରେ ସୃଷ୍ଟି ହେଲା ଲଘୁଚାପ

ଓଡ଼ିଆ ବାର୍ତ୍ତା/ ଭୁବନେଶ୍ୱର: ଦକ୍ଷିଣପୂର୍ବ ବଙ୍ଗୋପସାଗର ଏବଂ ଏହାର ପାର୍ଶ୍ୱବର୍ତ୍ତୀ ଉତ୍ତର ଆଣ୍ଡାମାନ ସମୁଦ୍ରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ଘୂର୍ଣ୍ଣିବଳୟ ଘନୀଭୂତ ହୋଇ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ଏ ନେଇ ସୋମବାର ଭାରତୀୟ ପାଣିପାଗ ବିଭାଗ ଆଏମଡି ପକ୍ଷରୁ ସୂଚନା ଦିଆଯାଇଛି ।  ଆସନ୍ତା ୧୦ ତାରିଖରେ କେନ୍ଦ୍ରୀୟ ବଙ୍ଗୋପସାଗରରେ ସାମୁଦ୍ରିକ ଝଡର ରୂପ ନେଇପାରେ ବୋଲି ଆକଳନ କରିଛି ଭାରତୀୟ ପାଣିପାଗ ବିଭାଗ । ମେ’୯ ତାରିଖରେ ଏହା ଅଧିକ ଘନୀଭୂତ ହୋଇ ଅବପାତ ରୂପ ନେବ  । ତା ପରେ ବାତ୍ୟା ରୂପ ନେଇ କେନ୍ଦ୍ରୀୟ ବଙ୍ଗୋପସାଗର ଏବଂ ଆଣ୍ଡାମାନ ସିର ଉତ୍ତର ଦିଗକୁ ଗତି କରିବାର ସମ୍ଭାବନା ରହିଛି । ମେ’ ୧୧ ତାରିଖ ସୁଦ୍ଧା ଏହା ଅଧିକ ସକ୍ରିୟ ହୋଇ ଉତ୍ତର- ଉତ୍ତରପଶ୍ଚିମ ଦିଗରୁ ପୂର୍ବ କେନ୍ଦ୍ରୀୟ ବଙ୍ଗୋପ ସାଗର ଆଡକୁ ଗତି କରିବ । ତା ପରେ ଗତପଥ ପରିବର୍ତ୍ତନ କରିବ ଏବଂ ଉତ୍ତର- ଉତ୍ତରପୂର୍ବକୁ ଗତକରି ବାଂଲାଦେଶ-ମ୍ୟାମାର ଉପକୂଳ ଆଡକୁ ଗତି କରିବ । ତେବେ ବର୍ତ୍ତମାନ ସୁଦ୍ଧା ବାତ୍ୟାକୁ ନେଇ କୌଣସି ସତର୍କ ସୂଚନା ଜାରି କରାଯାଇ ନାହିଁ । ସମୁଦ୍ର ଅଶାନ୍ତ ରହିବା ସମ୍ଭାବନା ଥିବାରୁ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ମଧ୍ୟକୁ ଯିବାକୁ ବାରଣ କରାଯାଇଛି। ତେବେ ସମ୍ଭାବ୍ୟ ବାତ୍ୟା ନେଇ ଏ ପର୍ଯ୍ୟନ୍ତ ଓଡ଼ିଶା ପାଇଁ କୌଣସି ପୂର୍ବାନୁମାନ ବା ସତର୍କ ସୂଚନା ଜାରି କରାଯାଇ ନାହିଁ ବୋଲି ଆଇଏମ୍‌ଡି ଡିଜି ମୃତ୍ୟୁଞ୍ଜୟ ମହାପାତ୍ର ପୂର୍ବରୁ ସ୍ପଷ୍ଟ କରିଛନ୍ତି।

Omkar Vasthu
Omkar Vasthu

Pearl dental clinic
Near Ashish Medical Store, Bhawanipatna

Udyog Nursery
Udyogi Nursery
Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.