ମୁଖ୍ୟମନ୍ତ୍ରୀଙ୍କୁ କୃତଜ୍ଞତା ଜ୍ଞାପନ କଲେ ନର୍ଲା-୨ ଜିଲ୍ଲା ପରିଷଦ ସଦସ୍ୟ ହରିଶଙ୍କର ମାଝୀ

କଳାହାଣ୍ଡିର ୯ ବ୍ଲକ ସ୍ବତନ୍ତ୍ର ଆଦିବାସୀ ବିକାଶ ପରିଷଦରେ ସାମିଲ ପ୍ରସଙ୍ଗ

ଓଡ଼ିଆ ବାର୍ତ୍ତା/ କଳାହାଣ୍ଡି (ଲିଙ୍ଗରାଜ ମିଶ୍ର): ଆଦିବାସୀଙ୍କ ଜୀବନଜୀବିକାର ଉନ୍ନତି ସହ ଆଦିମ ସଂସ୍କୃତିର ଉତ୍ଥାନ ପାଇଁ ମାନ୍ୟବର ମୁଖ୍ୟମନ୍ତ୍ରୀ ସଦା ଚେଷ୍ଟିତ। ଆଦିବାସୀଙ୍କ କଳା ଓ ସଂସ୍କୃତିର ବିକାଶ ପାଇଁ ରାଜ୍ୟ ସରକାର ଚଳିତ ୨୦୨୩-୨୪ ଆର୍ଥିକ ବର୍ଷରେ ୨୨୩ କୋଟି ଟଙ୍କା ଖର୍ଚ୍ଚ କରିବେ। ନିକଟରେ
ଅନୁଗୁଳ, ବଲାଙ୍ଗୀର, ବାଲେଶ୍ବର, ବରଗଡ଼, ବୌଦ୍ଧ, ଦେବଗଡ଼, ଢେଙ୍କାନାଳ, ଗଂଜାମ, ଯାଜପୁର, ଝାରସୁଗୁଡ଼ା, କଳାହାଣ୍ଡି, ନୂଆପଡ଼ା, ନୟାଗଡ଼ ଏବଂ ସମ୍ବଲପୁର ଏପରି ୧୪ଟି ଜିଲ୍ଲାକୁ ନୂତନ ସ୍ବତନ୍ତ୍ର ଉନ୍ନୟନ ପରିଷଦରେ ସାମିଲ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। କଳାହାଣ୍ଡି ଜିଲ୍ଲାର ୯ଟି ବ୍ଲକ ମଧ୍ୟ ସ୍ବତନ୍ତ୍ର ଆଦିବାସୀ ବିକାଶ ପରିଷଦରେ ସାମିଲ ହୋଇଛି। ଏଥିରେ ନର୍ଲା ବ୍ଲକ ମଧ୍ୟ ସ୍ଥାନ ପାଇଥିବାରୁ ନର୍ଲା ଜୋନ୍-୨ ଜିଲ୍ଲା ପରିଷଦ ସଦସ୍ୟ ହରିଶଙ୍କର ମାଝୀ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କୁ କୃତଜ୍ଞତା ଜ୍ଞାପନ କରିଛନ୍ତି।

Omkar Vasthu
Omkar Vasthu

Pearl dental clinic
Near Ashish Medical Store, Bhawanipatna

Udyog Nursery
Udyogi Nursery
Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.