ବିଜେପି ଶାସିତ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ବୈଠକ

ଓଡ଼ିଆ ବାର୍ତ୍ତା/ ନୂଆଦିଲ୍ଲୀ: ନୂଆ ସଂସଦ ଭବନ ଉଦଘାଟନ ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ବିଜେପି ଶାସିତ ରାଜ୍ୟଗୁଡ଼ିକର ମୁଖ୍ୟମନ୍ତ୍ରୀ ଓ ଉପମୁଖ୍ୟମନ୍ତ୍ରୀଙ୍କୁ ନେଇ ଦିଲ୍ଲୀରେ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ କରିଛନ୍ତି। ଏହି ବୈଠକରେ ସମ୍ପୃକ୍ତ ରାଜ୍ୟରେ ଚାଲିଥିବା ବିକାଶମୂଳକ ପ୍ରକଳ୍ପର ସମୀକ୍ଷା ଉପରେ ଗୁରୁତ୍ୱାରୋପ କରାଯାଇଥିଲା। ଏଥିସହ ୨୦୨୪ ଲୋକସଭା ନିର୍ବାଚନ ପାଇଁ ପ୍ରସ୍ତୁତି ନେଇ ମଧ୍ୟ ଆଲୋଚନା ହୋଇଛି। ଏଥିରେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡାଙ୍କ ସମେତ ବହୁ ବିଶିଷ୍ଟ ବ୍ୟକ୍ତି ଉପସ୍ଥିତ ଥିଲେ, କେନ୍ଦ୍ର ସ୍ୱରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ, ଉତ୍ତର ପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ ସମେତ ଅନେକ ମୁଖ୍ୟମନ୍ତ୍ରୀ ସାମିଲ ହୋଇଥିଲେ। ସେହିପରି ହରିଆଣା ମୁଖ୍ୟମନ୍ତ୍ରୀ ମନୋହର ଲାଲ ଖଟ୍ଟର, ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱ ଶର୍ମା ପ୍ରମୁଖ ଉପସ୍ଥିତ ଥିଲେ। ପ୍ରଧାନମନ୍ତ୍ରୀ ମୋଦୀ ରବିବାର ସକାଳେ ନୂଆ ସଂସଦ ଭବନର ଉଦଘାଟନ କରିବା ପରେ ଦଳୀୟ ନେତା ତଥା ବିଭିନ୍ନ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କୁ ନେଇ ଏହି ଉଚ୍ଚସ୍ତରୀୟ ବୈଠକ ଡାକିଥିଲେ। ନୂଆ ସଂସଦ ଭବନ ଉଦଘାଟନ ଅବସରରେ ଅଣ ବିଜେପି ଶାସିତ ରାଜ୍ୟର ମୁଖ୍ୟମନ୍ତ୍ରୀ ଭାବେ ଜଗନମୋହନ ରେଡ୍ଡୀଙ୍କୁ ଛାଡ଼ିଦେଲେ ଆଉ କେହି ଉପସ୍ଥିତ ଥିବା ଦେଖିବାକୁ ମିଳିନଥିଲା। ବିରୋଧୀ ଏହି ଉଦଘାଟନ ସମାରୋହକୁ ବୟକଟ କରି ଆଗାମୀ ଦିନରେ ହେବାକୁ ଥିବା ସାଧାରଣ ନିର୍ବାଚନ ପୂର୍ବରୁ ବିରୋଧୀ ଏକତା ଦେଖାଇଛନ୍ତି। ଯାହାକି କେନ୍ଦ୍ରର ଶାସକ ଦଳ ପ୍ରତି ଅଡୁଆ ସୃଷ୍ଟି କରିପାରେ।

Omkar Vasthu
Omkar Vasthu

Pearl dental clinic
Near Ashish Medical Store, Bhawanipatna

Udyog Nursery
Udyogi Nursery
Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.