ନୂଆ ଜନକଲ୍ୟାଣକାରୀ ଯୋଜନା ‘ମୋ ଘର’

ଓଡ଼ିଆ ବାର୍ତ୍ତା/ ଭୁବନେଶ୍ୱର (ନିଲେଶ କୁମାର ନାଗ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଆଜି ବସିଥିବା ରାଜ୍ୟ କ୍ୟାବିନେଟ ବୈଠକରେ ୧୮ଟି ପ୍ରସ୍ତାବ ଉପରେ ମୋହର ବାଜିଛି । ଏଥିରେ ‘ମୋ ଘର’ ନାମକ ଏକ ନୂଆ ଜନକଲ୍ୟାଣକାରୀ ଯୋଜନା ଉପରେ ମୋହର ବାଜିଛି । ଆଜି ନବୀନଙ୍କ ପଞ୍ଚମ ପାଳିର ଚତୁର୍ଥ ବର୍ଷ ପୂରା ହୋଇଛି । ଆଉ ଏହି କ୍ରମରେ କ୍ୟାବିନେଟରେ ମୋ ଘର ଯୋଜନାକୁ ଅନୁମୋଦନ ମିଳିଛି । ରାଜ୍ୟ ସରକାର ୨୦୧୯ ନିର୍ବାଚନ ପରେ ରାଜ୍ୟର ସବୁ ଲୋକଙ୍କ ମୁଣ୍ଡ ଉପରେ ପକ୍କର ଛାତ ନେଇ ଘୋଷଣା କରିଥିଲେ। ଯାହା ବର୍ତ୍ତମାନ କିଛି ମାତ୍ରାରେ ପୂରଣ ହୋଇଥିବା ବେଳେ ଏହି ନୂଆ ଯୋଜନା ‘ମୋ ଘର’ ମାଧ୍ୟମରେ ବାକି ଲୋକଙ୍କୁ ପକ୍କା ଘର ଯୋଗାଇ ଦିଆଯିବ । ‘ମୋ ଘର’ ଯୋଜନାରେ ଗ୍ରାମାଞ୍ଚଳ ଲୋକଙ୍କୁ ଘର ପାଇଁ ସବସିଡ୍ ସହ ଋଣ ଯୋଗାଇ ଦେବାକୁ ଯୋଜନା ପ୍ରସ୍ତୁତ କରାଯାଇଛି । ଗରିବ ଲୋକଙ୍କୁ ୧ ଲକ୍ଷରୁ ୩ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଋଣ ଯୋଜନା ଦେବାକୁ ବ୍ୟବସ୍ଥା କରାଯାଇଛି । ସେଥିରୁ ସରକାର ୩୦ ହଜାରରୁ ୭୦ ହଜାର ଟଙ୍କା ପର୍ଯ୍ୟନ୍ତ ଛାଡ କରିବାକୁ ଯୋଜନା କରିଛନ୍ତି । ବାକି ଟଙ୍କା ଋଣ ନେବାର ୧୧ ବର୍ଷ ପରେ ସୁଝିବାର ବ୍ୟବସ୍ଥା କରାଯାଇଛି ।

Omkar Vasthu
Omkar Vasthu

Pearl dental clinic
Near Ashish Medical Store, Bhawanipatna

Udyog Nursery
Udyogi Nursery
Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.