ମୃତକଙ୍କ ପରିବାରକୁ ରେଳବାଇ ତରଫରୁ ୧୦ ଲକ୍ଷ ଟଙ୍କାର ଅନୁକମ୍ପା ରାଶି ଘୋଷଣା

ଓଡ଼ିଆ ବାର୍ତ୍ତା/ ବାହାନଗା: ଜୁନ ୨ ତାରିଖ ବାହାନଗା ଷ୍ଟେସନରେ ହୋଇଥିବା ଭୟାନକ ସିରିଜ ଟ୍ରେନ ଦୁର୍ଘଟଣା ସ୍ଥଳରେ ପହଂଚିଛନ୍ତି କେନ୍ଦ୍ର ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ I ସେ ମୃତକଙ୍କ ପରିବାରକୁ ସମବେଦନା ଜ୍ଞାପନ କରିବା ସହ ଆହତଙ୍କ ଆଶୁଆରୋଗ୍ୟ କାମନା କରିଛନ୍ତି। ଭୁବନେଶ୍ୱର ଓ କୋଲକାତାରୁ ଉଦ୍ଧାରକାରୀ ଦଳ ଘଟଣାସ୍ଥଳରେ ପହଞ୍ଚିଛନ୍ତି। ଏନଡିଆରଏଫ, ରାଜ୍ୟ ସରକାରଙ୍କ ଉଦ୍ଧାରକାରୀ ଦଳ ସହ ବାୟୁସେନାକୁ ମଧ୍ୟ ସୁରକ୍ଷା କାର୍ଯ୍ୟରେ ନିୟୋଜିତ କରାଯାଇଛି। ମୃତକଙ୍କ ପରିବାରକୁ ୧୦ ଲକ୍ଷ ଟଙ୍କା ଗୁରୁତର ଆହତଙ୍କୁ ୨ ଲକ୍ଷ ଏବଂ ସାମାନ୍ୟ ଆହାତ ହୋଇଥିବା ଲୋକଙ୍କୁ ୫୦,୦୦୦ ଟଙ୍କା କ୍ଷତି ପୂରଣ ଦିଆଯିବ ବୋଲି ଘୋ‌ଷଣା କରାଯାଇଛି ।

ସେହିପରି ବାହାନଗା ଟ୍ରେନ ଦୁର୍ଘଟଣାରେ ମୃତାହତ ଓ ପୀଡ଼ିତଙ୍କ ଲାଗି ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ସହାୟତା ରାଶି ଘୋଷଣା କରିଛନ୍ତି । ସେ ପଶ୍ଚିମବଙ୍ଗ ର ପ୍ରତି ମୃତକଙ୍କ ନିକଟ ସମ୍ପର୍କୀୟଙ୍କ ପାଇଁ ପଶ୍ଚିମବଙ୍ଗ ସରକାର ୫ ଲକ୍ଷ ଟଙ୍କା କ୍ଷତିପୂରଣ ଘୋଷଣା କରିଛନ୍ତି। ଏହାଛଡ଼ା ପ୍ରତ୍ୟେକ ଆହତଙ୍କ ପାଇଁ ୧ ଲକ୍ଷ ଟଙ୍କା ଏବଂ ରାଜ୍ୟର ପୀଡ଼ିତଙ୍କ ପାଇଁ ୫୦ ହଜାର ଟଙ୍କା ସହାୟତା ଘୋଷଣା କରିଛନ୍ତି।

Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.