ମିଶନ ଶକ୍ତି ଜରିଆରେ ସ୍ୱୟଂ ସହାୟକ ଗୋଷ୍ଠୀଙ୍କୁ ସଚେତନତା କାର୍ଯ୍ୟକ୍ରମ

୧୯ ଗୋଟି ଗୋଷ୍ଠୀଙ୍କୁ ୫୨ ଲକ୍ଷ ଟଙ୍କାର ଋଣ ପ୍ରଦାନ

ଓଡ଼ିଆ ବାର୍ତ୍ତା/ କଳାହାଣ୍ଡି (ଲିଙ୍ଗରାଜ ମିଶ୍ର): ନର୍ଲା ବ୍ଲକ ଅଧିନସ୍ଥ ରୁପ୍ରାରୋଡ ଠାରେ ମିଶନଶକ୍ତି ଜରିଆରେ ସ୍ୱୟଂ ସହାୟକ ଗୋଷ୍ଠୀ ମାନଙ୍କୁ ନେଇ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ରୁପ୍ରାରୋଡ, ରାକ୍ସି, ଭୀମକେଲା ଗ୍ରାମ ପଞ୍ଚାୟତ ଅଧିନସ୍ଥ ସ୍ୱୟଂ ସହାୟକ ଗୋଷ୍ଠୀ ଗୁଡିକୁ ନେଇ ଆଜି ଗୁରୁବାର ପୂର୍ବହ୍ନ ୧୦ ଘଣ୍ଟା ସମୟରେ ମିଶନ ଶକ୍ତିର ବ୍ଲକ ସଂଯୋଜକ ରୋହିତ ବିଶ୍ୱାଳଙ୍କ ନେତୃତ୍ୱରେ ଏହି ଋଣମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିବା ବେଳେ ଏଥିରେ ମୁଖ୍ୟ ଅତିଥି ଭାବରେ ନର୍ଲା ବ୍ଲକ ଅଧ୍ୟକ୍ଷା ମନୋରମା ମହାନ୍ତି, ସମ୍ମାନୀତ ଅତିଥି ଭାବରେ ବ୍ଲକ ଉପାଧ୍ୟକ୍ଷ ଦୁର୍ଗାପ୍ରସାଦ ମହାନ୍ତି, ଜିଲ୍ଲା ପରିଷଦ ସଦସ୍ୟ ହରିଶଙ୍କର ମାଝୀ, ରାକ୍ସି ସରପଞ୍ଚ ଯେମନ୍ତ ପୋଢ, ଭୀମକେଲା ସରପଞ୍ଚ ଜାନକୀ ଗଉଡ, ରୁପ୍ରାରୋଡ ସରପଞ୍ଚ ହେମନ୍ତ ଭୋଇ, ରୁପ୍ରାରୋଡ ସମିତି ସଦସ୍ୟା ଦୀପାଞ୍ଜଳୀ ମାଝୀ, ରୁପ୍ରାରୋଡ ଭାରତୀୟ ଷ୍ଟେଟ ବ୍ୟାଙ୍କର ଫିଲଡ ଅଫିସର ପ୍ରମୁଖ ମଞ୍ଚାସୀନ ରହି ମାର୍ଗଦର୍ଶନ ଦେଇଥିଲେ ।

Omkar Vasthu
Omkar Vasthu

Pearl dental clinic
Near Ashish Medical Store, Bhawanipatna

ପ୍ରଥମେ ଶ୍ରୀ ବିଶ୍ୱାଳ ସମସ୍ତଙ୍କୁ ସ୍ୱାଗତ କରିବା ସହ କାର୍ଯ୍ୟକ୍ରମର ଆଭିମୁଖ୍ୟ ପ୍ରତିପାଦନ କରିଥିଲେ । ମୁଖ୍ୟ ଅତିଥି ଶ୍ରୀମତୀ ମହାନ୍ତି ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ମହିଳା ସଶକ୍ତିକରଣ ଓ ଆର୍ଥିକ ମାନଦଣ୍ଡରେ ମହିଳା ମାନେ ସୁଦୃଢ ହେବାପାଇଁ ରହିଥିବା ପ୍ରୟାସ ବିଷୟରେ ମାର୍ଗଦର୍ଶନ ଦେଇଥିଲେ । ଉପରୋକ୍ତ ତିନିଗୋଟି ଗ୍ରାମ ପଞ୍ଚାୟତ ଅଧିନସ୍ଥ ସ୍ୱୟଂ ସହାୟକ ଗୋଷ୍ଠୀର ସଦସ୍ୟା ମାନେ, ସିଆରପି, ଏମବିକେ ଓ ବ୍ୟାଙ୍କ ମିତ୍ର ମାନଙ୍କୁ ନେଇ ଏହି ସଚେତନତା କାର୍ଯ୍ୟକ୍ରମରେ ମିଶନ ଶକ୍ତି ଅଧିନସ୍ଥ ସ୍ୱୟଂ ସହାୟକ ଗୋଷ୍ଠୀର ଗୁଡିକ ବ୍ୟାଙ୍କରୁ କିଭଳି ଭାବରେ ଋଣ ପାଇ ପାରିବେ ଏବଂ ଋଣକୁ କିଭଳି କିସ୍ତି ଆକାରରେ ପରିଷୋଧ କରିବେ ସେ ବିଷୟରେ ତାଲିମ ଦିଆଯିବା ସହ ଏମବିକେ, ସିଆରପି, ବ୍ୟାଙ୍କ ମିତ୍ର ଓ ସ୍ୱୟଂ ସହାୟକ ଗୋଷ୍ଠୀର ସଦସ୍ୟା ମାନଙ୍କୁ ସଚେତନତା କରାଯାଇଥିଲା । ଏହି କାର୍ଯ୍ୟକ୍ରମରେ ତିନିଗୋଟି ଗ୍ରାମ ପଞ୍ଚାୟତ ଅଧିନସ୍ଥ ୧୯ ଗୋଟି ସ୍ୱୟଂ ସହାୟକ ଗୋଷ୍ଠୀଙ୍କୁ ୫୨ ଲକ୍ଷ ଟଙ୍କାର ଚେକ ଋଣ ଆକାରରେ ପ୍ରଦାନ କରାଯାଇଥିଲା । କାର୍ଯ୍ୟକ୍ରମ ଶେଷରେ ବ୍ଲକ ସଂଯୋଜକ ଶ୍ରୀ ବିଶ୍ୱାଳ ଧନ୍ୟବାଦ ଅର୍ପଣ କରିଥିଲେ ।

Udyog Nursery
Udyogi Nursery

Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.