୫ଟି ଉପକ୍ରମରେ ବାହାନଗା ହାଇସ୍କୁଲର ପୁନଃନିର୍ମାଣ ହେବ

ଓଡ଼ିଆ ବାର୍ତ୍ତା/ ବାହାନଗା: ବାଲେଶ୍ବର ଜିଲ୍ଲାର ବାହାନଗା ହାଇସ୍କୁଲର ୫ଟି ଉପକ୍ରମରେ ପୁନଃନିର୍ମାଣ ହେବ। ଏଥିପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଦୁଇ କୋଟି ୪୯ ଲକ୍ଷ ଟଙ୍କା ମଞ୍ଜୁର କରିଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ଏହି ଅର୍ଥ ମଞ୍ଜୁର କରାଯାଇଛି । ସୂଚନାଯୋଗ୍ୟ ଯେ ଗତ ୨ ତାରିଖରେ ବାହାନଗା ରେଳଷ୍ଟେସନଠାରେ ସଂଗଠିତ ଭୟାବହ ରେଳ ଦୁର୍ଘଟଣା ପରବର୍ତ୍ତୀ ସମୟରେ ସ୍ଥାନୀୟ ଅଞ୍ଚଳର ଜନସାଧାରଣ ଓ ବାହାନଗା ହାଇସ୍କୁଲର ଶିକ୍ଷକ ଶିକ୍ଷୟତ୍ରୀମାନେ ଉଦ୍ଧାର ଓ ସେବା କାର୍ଯ୍ୟରେ ସ୍ବତସ୍ଫୁର୍ତ୍ତ ଭାବରେ ଯୋଗ ଦେଇଥିଲେ । ସେମାନଙ୍କ ମହତ୍ ଯୋଗଦାନକୁ ଉତ୍ସାହିତ କରିବା ପାଇଁ ବାହାନଗା ହାଇସ୍କୁଲକୁ ୫-ଟି କାର୍ଯ୍ୟକ୍ରମରେ ସାମିଲ କରିବା ପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ନିର୍ଦ୍ଦେଶ ଦେଇଥିଲେ ।ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶକ୍ରମେ ୫ଟି ସଚିବ ଶ୍ରୀ ଭି.କେ. ପାଣ୍ଡିଆନ ମଧ୍ୟ ବାହାନଗା ହାଇସ୍କୁଲର ଛାତ୍ରଛାତ୍ରୀ, ଶିକ୍ଷକ ଶିକ୍ଷୟତ୍ରୀ, ଲୋକପ୍ରତିନିଧି, ସ୍କୁଲ ପରିଚାଳନା କମିଟି ତଥା ଜିଲ୍ଲାପାଳଙ୍କ ସହିତ ବିସ୍ତୃତ ଆଲୋଚନା କରି ମତାମତ ନେଇଥିଲେ ।

Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.