ରାୟଗଡ଼ା ଜିଲ୍ଲା ସଦର ମହକୁମାରେ ଯୁଗ୍ମ ଅଭିଯୋଗ ଶୁଣାଣୀ

ଓଡ଼ିଆ ବାର୍ତ୍ତା/ ରାୟଗଡା (ଶିବ ନାରାୟଣ ଗୈାଡ): ଚଳିତ ଜୁଲାଇ ମାସର ପ୍ରଥମ ସୋମବାରରେ ରାୟଗଡା ଜିଲ୍ଲା ପ୍ରଶାସନ ତରଫରୁ ଜିଲ୍ଲା ସଦର ମହକୁମା ଠାରେ ଯୁଗ୍ମ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲାପାଳ ସ୍ଵଧାଦେବ ସିଂଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ଅଭିଯୋଗ ଶୁଣାଣି ଶିବିରରେ ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ବିଷ୍ଣୁପ୍ରସାଦ ପାତ୍ର, ମୁଖ୍ୟ ଉନ୍ନୟନ ଅଧିକାରୀ ଜିଲ୍ଲା ପରିଷଦ ରବିନାରାୟଣ ତ୍ରିପାଠୀ, ପିଏ, ଆଇଟିଡିଏ, ଦିଲୀପ କୁମାର ବେହେରା ପ୍ରମୁଖ ଯୋଗଦାନ କରି ଅଭିଯୋଗ ଗୁଡିକର ଶୁଣାଣି କରିଥିଲେ l ଆଜି ମୋଟ ୬୪ ଟି ଅଭିଯୋଗ ଆସିଥିଲା | ସେଥି ମଧ୍ୟରୁ ୪୫ ଟି ବ୍ୟକ୍ତିଗତ ଅଭିଯୋଗ ଥିଲା ବେଳେ ୧୯ ଗୋଟି ଗ୍ରାମ ବାସୀ ମାନଙ୍କର ସାମୂହିକ ଅଭିଯୋଗ ଥିଲା l ଜିଲ୍ଲାପାଳ ୭ଜଣ ବ୍ୟକ୍ତିଙ୍କୁ ୮୦ ହଜାର ଟଙ୍କା ମୁଖ୍ୟମନ୍ତ୍ରୀ ସହାୟତା କୋଷରୁ ପ୍ରଦାନ କରିଥିବା ବେଳେ ୨ ଜଣକୁ ରେଡ଼କ୍ରସ ପାଣ୍ଠିରୁ ୧୦ ହଜାର ଟଙ୍କା ସହାୟତା ପ୍ରଦାନ କରିଥିଲେ l

Omkar Vasthu
Omkar Vasthu

Pearl dental clinic
Near Ashish Medical Store, Bhawanipatna

ଏହି ଅଭିଯୋଗ ଶିବିରରେ ଅନ୍ୟ ମାନଙ୍କ ମଧ୍ୟରେ ପ୍ରକଳ୍ପ ନିର୍ଦେଶକ ଜଳ ବିଭାଜିକା ମିଶନ ଡ଼ଃ ଦୟାନିଧି ବାଗ, ଏଡିଏମଓ, ଡ଼ଃ ବି. ଏଲ. ଏନ.ପୃଷ୍ଟି, ଜିଲ୍ଲା ଶିକ୍ଷା ଅଧିକାରୀ ପୂର୍ଣ୍ଣଚନ୍ଦ୍ର ବରିହା, ଜିଲ୍ଲା ମଙ୍ଗଳ ଅଧିକାରୀ ଅଶୋକ କୁମାର ଶତପଥି, ନିର୍ବାହୀ ଯନ୍ତ୍ରୀ ବିଦ୍ୟୁତ,ରାୟଗଡ, ନାରାୟଣ ନାୟକ, ଭାରପ୍ରାପ୍ତ ତହସିଲଦାର ପର୍ଶୁରାମ ଭତରା ,ସଦର ବିଡ଼ିଓ ଲଷ୍ମୀ ନାରାୟଣ ସାବତ, ଜିଲ୍ଲା ସମାଜ କଲ୍ୟାଣ ଅଧିକାରୀ ଯାଜ୍ଞସେନି ବେହେରା, ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ, ସୁରେନ୍ଦ୍ର ଗମାଙ୍ଗ,ଉପଖଣ୍ଡ ସାମାଜିକ ସୁରକ୍ଷା ଅଧିକାରୀ, ଶ୍ରୀକାନ୍ତ ପାଣିଗ୍ରାହୀ,ଜିଲ୍ଲା କ୍ରୀଡା ଅଧିକାରୀ ଶେଖ ଆଲେନୁର, ଜିଲ୍ଲା ସ୍ୱଳ୍ପ ସଂଚୟ ଅଧିକାରୀ, ଧ୍ରୁବ ଚରଣ ନାୟକ,ଜିଲ୍ଲା ପଂଚାୟତ ଅଧିକାରୀ ସକିଲା ଚରଣ ବାସ୍କେ, ବରିଷ୍ଠ ଶିଳ୍ପ ବିକାଶ ଅଧିକାରୀ ସବ୍ୟସାଚୀ ସାହୁଙ୍କ ସମେତ ଅନ୍ୟାନ୍ୟ ଜିଲ୍ଲା ସ୍ତରୀୟ ଅଧିକାରୀମାନେ ଉପସ୍ଥିତ ରହି ଅଭିଯୋଗ ଗୁଡିକର ଶୁଣାଣୀ କରିଥିଲେ । ଜିଲ୍ଲାପାଳ ଆଜିର ଅଭିଯୋଗ ଗୁଡିକୁ ପାଇଲା ପରେ ବିଭାଗୀୟ ଅଧିକାରୀ ମାନଙ୍କୁ ତୁରନ୍ତ ସମାଧାନ କରିବା ପାଇଁ ନିର୍ଦ୍ଦେଶ ଦେଇଥିଲେ ।

Udyog Nursery
Udyogi Nursery

Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.