ସୁବର୍ଣ୍ଣପୁର ଜିଲ୍ଲା ଅବକାରୀ ବିଭାଗ ନିରବଦ୍ରଷ୍ଟା !
ଓଡ଼ିଆ ବାର୍ତ୍ତା / ସୋନପୁର (ସର୍ଜନ କୁମାର ପାଣ୍ଡେ): ସୋନପୁର ସଦର ବ୍ଲକ ସାଗରପାଲି ଗ୍ରାମର ଶିଶୁମନ୍ଦିର ପାଖରେ ମଦ ବିକ୍ରି ହେଉଥିବାରୁ ଜଣ ସାଧାରଣଙ୍କ ମଧ୍ୟରେ ତୀବ୍ର ଅସନ୍ତୋଷ ଦେଖାଦେଇଛି। ଜିଲ୍ଲା ଅବକାରୀ ବିଭାଗ କାର୍ଯ୍ୟାଳୟ ସୋନପୁର ଠାରୁ ସାଗରପାଲି ଗ୍ରାମ ମାତ୍ର ୧୫ କିଲୋମିଟର। କିନ୍ତୁ ଅବକାରୀ ବିଭାଗ ନିରବ ଦ୍ରଷ୍ଟା ସାଜିଛି। ଜିଲ୍ଲା ଅବକାରୀ ବିଭାଗର ଅଧିକାରୀ କୁଚିଆ ମଦ ବେପାରୀଙ୍କ ବିରୁଦ୍ଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କାହିଁକି କରୁ ନାହାନ୍ତି ଏପ୍ରସଙ୍ଗରେ ବୁଦ୍ଧିଜୀବୀ ମହଲରେ ଅସନ୍ତୋଷ ଦେଖାଦେଇଛି। ସୋନପୁର ଜିଲ୍ଲା ଦୁର୍ନୀତି ନିବାରଣ ସଂଘ ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ ତଥା ୫-ଟି ସଚିବ ଭିକେ ପାଣ୍ଡିଆନଙ୍କୁ ମେଲ ଯୋଗେ ମଦ ବିକ୍ରି କରୁଥିବା ବ୍ୟକ୍ତିଙ୍କ ବିରୁଦ୍ଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ପାଇଁ ଅଭିଯୋଗ ଦିଆ ଯାଇଛି। ଏନେଇ ସଂଘ ଓ ସ୍ଥାନୀୟ ଜନସାଧାରଣଙ୍କ ପକ୍ଷରୁ ଦେଶୀ ମଦ ବିକ୍ରି କରୁଥିବା ବ୍ୟକ୍ତିଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ଜିଲ୍ଲା ପ୍ରଶାସନ ପଦକ୍ଷେପ ନେବାକୁ ଦାବି ହେଉଛି।





