ରେଡିଓ କୋଲାର ପାଇଁ ବାଘ ମୃତ୍ୟୁ ଖବର ଗୁଜବ କହିଲେ ସରକାର

ଓଡ଼ିଆ ବାର୍ତ୍ତା/ ନୂଆଦିଲ୍ଲୀ: ଭାରତରେ ଚିତା ବାଘଙ୍କ ସଂଖ୍ୟା ବୃଦ୍ଧି ପାଇଁ କେନ୍ଦ୍ର ସରକାର ଟ୍ରାନ୍ସଲୋକେସନ (ସ୍ଥାନାନ୍ତରଣ) ଜରିଆରେ ଦକ୍ଷିଣ ଆଫ୍ରିକା ଓ ନାମିବିୟାରୁ ୨୦ଟି ଚିତା ଆଣି ମଧ୍ୟପ୍ରଦେଶର କୁନୋ ଜାତୀୟ ଉଦ୍ୟାନରେ ଛାଡିଥିଲେ । ସେମାନଙ୍କ ସ୍ୱଚ୍ଛ ବିଚରଣ ଓ ଖାଦ୍ୟ ଶିକାର ପାଇଁ ମଧ୍ୟ ଏହି ଅଭୟାରଣ୍ୟରେ ଆବଶ୍ୟକ ବ୍ୟବସ୍ଥା କରାଯାଇଛି । ତେବେ ଏହି କୋଡିଏ ଚିତାଙ୍କ ମଧ୍ୟରୁ ଏ ଯାଏ ପୂର୍ଣ୍ଣବୟସ୍କ ୫ଟି ଚିତାଙ୍କର ଏହି ଜାତୀୟ ଉଦ୍ୟାନରେ ମୃତ୍ୟୁ ଘଟିଲାଣି । ଜାତୀୟ ବ୍ୟାଘ୍ର ସଂରକ୍ଷଣ ପ୍ରାଧିକରଣ (ଏନ୍‌ଟିସିଏ) ପ୍ରାଥମିକ ବିଶ୍ଳେଷଣ ଅନୁସାରେ ଏହି ପାଂଚଟି ଯାକ ‘ଚିତା’ ପ୍ରାକୃତିକ କାରଣରୁ ମରିଛନ୍ତି । ଦେଶରେ ବ୍ୟାଘ୍ର ସଂରକ୍ଷଣ କ୍ଷେତ୍ରରେ ଏନ୍‌ଟିସିଏ ସର୍ବୋଚ୍ଚ ସଂସ୍ଥା । ଏହା ମଧ୍ୟ ଚିତା ପ୍ରକଳ୍ପକୁ କାର୍ଯ୍ୟକାରୀ କରୁଛି । ସଂସ୍ଥା ପକ୍ଷରୁ କୁହାଯାଇଛି ଯେ କୁନୋରେ ଚିତାଙ୍କ ମୃତ୍ୟୁ ନେଇ ଗଣମାଧ୍ୟମରେ ବିଭିନ୍ନ ପ୍ରକାର ଖବର ପ୍ରକାଶ ପାଉଛି । ରେଡିଓ କୋଲାର ବେକରେ ବନ୍ଧାଯାଇଥିବା କାରଣଠାରୁ ଆରମ୍ଭ କରି ଆହୁରି ଅନେକ କଥାକୁ ଏହି ବାଘ ମୃତ୍ୟୁ ସହିତ ଯୋଡାଯାଇଛି । ଗଣମାଧ୍ୟମର ଏହି ରିପୋର୍ଟ ଅନୁମାନ ସର୍ବସ୍ୱ ଓ କପୋଳକଳ୍ପିତ । ଏହା ଗୁଜବ ଓ ଅସତ୍ୟ । ଏଭଳି ଖବର ପଛରେ କୌଣସି ବିଜ୍ଞାନଭିତ୍ତିକ ପ୍ରମାଣ ନାହିଁ ବୋଲି ଏନ୍‌ଟିସିଏ ପକ୍ଷରୁ ସ୍ପଷ୍ଟ କରି ଦିଆଯାଇଛି । ‘ପ୍ରୋଜେକ୍ଟ ଚିତା’ କାର୍ଯ୍ୟକ୍ରମକୁ ଏକ ବର୍ଷ ମଧ୍ୟ ହୋଇନାହିଁ । ଅତଏବ ଏତେ କମ୍ ସମୟରେ ଏହି ପ୍ରୋଜେକ୍ଟର ଫଳାଫଳକୁ ସଫଳତା ଓ ବିଫଳତା ଦୃଷ୍ଟିରୁ ବିିିଚାର କରି ଏକ ନିଷ୍ପତ୍ତିରେ ପହଂଚିବାର ସମୟ ଆସିନାହିଁ । ଚିତାକୁ ଭାରତ ଭଳି ଏକ ନୂଆ ପରିବେଶରେ ପୁନଃ ପ୍ରବେଶ କରାଇ ସେମାନଙ୍କୁ ବଂଚାଇ ରଖିବା ଓ ବଂଶବୃଦ୍ଧି କରାଇବା ଏକ ଦୀର୍ଘମିଆଦି କାମ । ବିଗତ ୧୦ମାସ ମଧ୍ୟରେ ଏହି ପ୍ରକଳ୍ପ ସହିତ ସମ୍ପୃକ୍ତ ସମସ୍ତ ପକ୍ଷ ଚିତା-ରକ୍ଷଣାବେକ୍ଷଣ ଓ ପରିଚାଳନାରେ ମୂଲ୍ୟବାନ ଅଭିଜ୍ଞତା ଅର୍ଜନ କରିଛନ୍ତି । ସେମାନଙ୍କ ସୁରକ୍ଷା ଓ ବଂଶ ବୃଦ୍ଧି କିପରି ଅଧିକ ହେବ ସେ ବାବଦରେ ଅନେକ ଅଭିଜ୍ଞତା ମିଳିଛି । ଏଥିରୁ ଜଣାପଡୁଛି ଯେ ଏହି ପ୍ରୋଜେକ୍ଟ ନିଶ୍ଚିତ ସଫଳ ହେବ । ଏଭଳି ସମୟରେ ଚିତା ମୃତ୍ୟୁକୁ ନେଇ ଗଣମାଧ୍ୟମରେ ବିଭିନ୍ନ ପ୍ରକାର କଳ୍ପନା ପ୍ରସୂତ କାହାଣୀ ପ୍ରକାଶ କରିବା ଠିକ୍ ନୁହେଁ ବୋଲି ସଂସ୍ଥା ପକ୍ଷରୁ କୁହାଯାଇଛି।

Omkar Vasthu
Omkar Vasthu

 

Pearl dental clinic
Near Ashish Medical Store, Bhawanipatna

Udyog Nursery
Udyogi Nursery
Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.